www.samajalive.in
Tuesday, December 9, 2025
19.1 C
Bhubaneswar

କମୁଛି କରୋନା ସଂକ୍ରମଣ, ରାଜ୍ୟରେ ବନ୍ଦ ହେବ କୋଭିଡ ସେବା କେନ୍ଦ୍ର

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି। ଏଣୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଯଦି ଏକ କୋଭିଡ୍ ସେବା କେନ୍ଦ୍ରରେ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବେ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ତାହା ଚାଲୁ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ପ୍ରଦୀପ୍ତ କୁମାର ମହାପାତ୍ର ଏ ସମ୍ପର୍କରେ ରାଜ୍ୟର ସମସ୍ତ ଜିଲାପାଳ ଓ ମ୍ୟୁନିସିପାଲ କମିଶନରମାନଙ୍କୁ ଏକ ଚିଠି ଲେଖି ନିର୍ଦେଶ ଦେଇଛନ୍ତି। ଶ୍ରୀ ମହାପାତ୍ର ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦେଶ ଦିଆଯାଇଛି। ତେବେ ଉତ୍ସର୍ଗିକୃତ କୋଭିଡ କେୟାର ସେଣ୍ଟର ଓ ଉତ୍ସର୍ଗିକୃତ କୋଭିଡ ହେଲଥ ସେଣ୍ଟରଗୁଡ଼ିକ ଖୋଲା ରହିବ। ଅନ୍ୟପକ୍ଷରେ ସରକାରୀ ନିୟମ ଅନୁସାରେ ଘରୋଇ ଡାକ୍ତରଖାନାଗୁଡ଼ିକ ଲକ୍ଷଣଯୁକ୍ତ କୋଭିଡ୍ ଆକ୍ରାନ୍ତମାନଙ୍କୁ ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ଦର ଅନୁସାରେ ଚିକିତ୍ସା କରିପାରିବେ ବୋଲି ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories