www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ୫ ବୃହତ ଶିଳ୍ପ ସଂସ୍ଥାର ସମ୍ପ୍ରସାରଣକୁ ମଞ୍ଜୁରୀ: ୨୬,୯୫୯ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ; ନିବେଶ ହେବ ୧୪୬୧୭୨ କୋଟି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ଉଚ୍ଚସ୍ତରୀୟ ଅନୁମୋଦନ କର୍ତ୍ତୃପକ୍ଷଙ୍କ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ଏବଂ ଧାତବ ତଥା ଧାତବ ଡାଉନ୍‌ଷ୍ଟି୍ରମ୍‌ କ୍ଷେତ୍ରରେ ୧୪୬୧୭୨ କୋଟି ଟଙ୍କାର ୫ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରି କହିଛନ୍ତି ଯେ ଓଡ଼ିଶାର ଇସ୍ପାତ ସ୍ୱପ୍ନକୁ ଆଗକୁ ବଢ଼ାଇବାରେ ଏହି ପ୍ରକଳ୍ପଗୁଡ଼ିକ ବେଶ୍‌ ସହାୟକ ହେବ। ଏହି ୫ଟି ପ୍ରକଳ୍ପ ମାଧ୍ୟମରେ ୨୬୯୫୯ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସେ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ୨୦୨୦-୨୧ ଆର୍ଥିକ ବର୍ଷରେ କୋଭିଡ୍‌ ମହାମାରୀ ସତ୍ତେ୍ୱ ରାଜ୍ୟ ୨.୯୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆକର୍ଷିତ କରିପାରିଛି। ଆଜି ଅନୁମୋଦିତ ହୋଇଥିବା ଅତିରିକ୍ତ ପୁଂଜିନିବେଶକୁ ମିଶାଇ ଗତବର୍ଷଠାରୁ ଏ ପର୍ଯ୍ୟନ୍ତ ସମୁଦାୟ ୪.୪୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇପାରିଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି।
ଏହି ବୈଠକରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ସୁଶାନ୍ତ ସିଂ ଓ ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଶକ୍ତି, ଗୃହ (ରାଜ୍ୟ) ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ମଧ୍ୟ ବୈଠକରେ ଯୋଗଦେଇଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories