www.samajalive.in
Monday, December 8, 2025
16.1 C
Bhubaneswar

ରାଜ୍ୟର ଅଲମ୍ପିକ୍ସ ପ୍ରତିଯୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ଘୋଷଣା

  • ଓଡିଶାର ଅଲମ୍ପିୟାନଙ୍କ ସହିତ କଥା ହେଲେ, ଉତ୍ସାହିତ କଲେ ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
  • ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ୬ କୋଟି, ୪ କୋଟି ଓ ୨.୫ କୋଟି
  • ଭଲ ପ୍ରଦର୍ଶନ କରିବୁ ଏବଂ ଦେଶ ପାଇଁ ଗୌରବ ଆଣିବୁ- ଖେଳାଳୀ

ଭୁବନେଶ୍ବର: ରାଜ୍ୟର ଅଲମ୍ପିକ୍ସ ପ୍ରତିଯୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଓଡ଼ିଶା ଅଲମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଲମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଲେ ୬କୋଟି, ରୌପ୍ୟପଦକ ବିଜେତାଙ୍କୁ ୪କୋଟି ଏବଂ କାଂସ୍ୟ ପଦକ ପାଇଲେ ୨.୫କୋଟି ଟଙ୍କା ମିଳିବ ପୁରସ୍କାର। ଓଡ଼ିଶାରୁ ଅଲମ୍ପିକ୍ସରେ ପ୍ରତିନିଧିତ୍ବ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମେମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ। ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ। କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ବାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଏହି ଅବସରରେ ଅଲମ୍ପିମକଦ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ। ଟୋକିଓ ଅଲମ୍ପିକସରେ ସ୍ବର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହାସହିତ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଥିଲେ।

- Advertisement -

ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ।
କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକ୍ସରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ। ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି)ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ବାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଶ୍ରୀ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପ୍ରଦୀପ୍ତ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories