www.samajalive.in
Monday, December 15, 2025
26.1 C
Bhubaneswar

ଆଜି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ; ଭୁଲିଗଲେ ରାଜ୍ୟ ସରକାର

ଭୁବନେଶ୍ୱର: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ, ଦରଦୀ ପ୍ରାଣ, ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଆଜି ଶ୍ରାଦ୍ଧ ଦିବସ। ପ୍ରତିବର୍ଷ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ଭୁବନେଶ୍ୱରରେ ଥିବା ପୁଣ୍ୟାତ୍ମାଙ୍କ ପ୍ରତିମୂର୍ତ୍ତିରେ ଏହଦିନ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥାଏ। କିନ୍ତୁ ଚଳିତ ବର୍ଷ ସରକାର ଏକଥା ଭୁଲିଯାଇଛନ୍ତି। ସକାଳ ୮ଟା ପର୍ଯ୍ୟନ୍ତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ନିକଟରେ ଜଣେ ହେଲେ ସରକାରୀ ପଦାଧିକାରୀ ବା କାର୍ଯ୍ୟକର୍ତ୍ତାଙ୍କୁ ଦେଖିବାକୁ ମିଳିନଥିଳା। ତେବେ ପ୍ରଦେଶ କଂଗ୍ରେସ ପକ୍ଷରୁ ସଭାପତି ନିରଞ୍ଜନ ପଟ୍ଟନାୟକ, ଦଳର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଅନ୍ୟମାନେ ପହଞ୍ଚି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ପୁଣ୍ୟାତ୍ମାଙ୍କ ପ୍ରତି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିସହିତ ଉତ୍କଳ ସମ୍ମିଳନୀ ପକ୍ଷରୁ ମଧ୍ୟ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରାଯାଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପୁଣ୍ୟାତ୍ମାଙ୍କର ଶ୍ରାଦ୍ଧଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories