www.samajalive.in
Sunday, December 7, 2025
18.1 C
Bhubaneswar

ମନରେଗା ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

  • ଏପ୍ରିଲରୁ ଜୁନ ୩ ମାସ ପାଇଁ ପ୍ରତ୍ୟେକ ଦିନର ମଜୁରୀ ସହିତ ଆଉ ଅଧିକ ୫୦ ଟଙ୍କା ମିଳିଲା
  • ଜିଲା ପ୍ରଶାସନକୁ ଅଧିକ ଶ୍ରମ ଦିବସ ସୃଷ୍ଟି କରି ରୋଜଗାର ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟ ରେ ଜମା କରାଗଲା। ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ବତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ। ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ବିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି। ଏମଜିଏନଆରଇଜିଏସରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି। ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ। କରୋନାର ଦ୍ବିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟିକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।
ଏହି ଅବସରରେ ପଞ୍ଚାଯତରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ଯାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ।
କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର ଏମଜିଏନଆରଇଜିଏସ ଶ୍ରମିକମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ। ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜରଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ଯ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲାର ଜିଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories