www.samajalive.in
Thursday, December 11, 2025
26.1 C
Bhubaneswar

ନୂଆ ଜାତୀୟ ଶିକ୍ଷା ନୀତିର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ଗ୍ରହଣ କରିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ସ୍ୱୟଂଶାସିତ ସଂସ୍ଥା ମାନଙ୍କ ସହିତ ଆଲୋଚନା କରିବା ସହ ନୂଆ ଜାତୀୟ ଶିକ୍ଷା ନୀତି ୨୦୨୦(ଏନ୍ଇପି) କାର୍ଯ୍ୟକାରୀର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ସ୍ୱୟଂଶାସିତ ସଂସ୍ଥା ଗୁଡ଼ିକ ସହ ସାକ୍ଷାତ୍ ଆଲୋଚନା ହେଲା। ଏହି ଅବସରରେ ନୂଆ ଶିକ୍ଷା ନୀତିର କାର୍ଯ୍ୟକାରୀ ସହ ଦେଶରେ ଥିବା ୩୦ କୋଟି ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଉଜ୍ଜଳ କରିବା ପାଇଁ କଣ ପଦକ୍ଷେପ ନିଆଯିବା ତାହା ଉପରେ ଆଲୋକପାତ କରାଯାଇଛି। ଏହାବ୍ୟତିତ ନୂଆ ଶିକ୍ଷା ନୀତିର ଲକ୍ଷ୍ୟକୁ ନିର୍ଦ୍ଧାରିତ ସମୟରେ ପୂରଣ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ମଧ୍ୟ ଆଲୋଚନା କରାଯାଇଥିଲା ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Hot this week

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

Related Articles

Popular Categories