www.samajalive.in
Monday, December 8, 2025
14.1 C
Bhubaneswar

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୮୨ ନୂଆ ସଂକ୍ରମିତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୨୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୩୧୫ ଏବଂ ସ୍ଥାନୀୟ ସଂକ୍ରମିତ ୯୬୭ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୧କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୯୨ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮୯, ବାଲେଶ୍ୱର ୧୪୬, ମୟୁରଭଞ୍ଜରୁ ୧୪୧ ଓ ଯାଜପୁର ୧୧୧ ଜଣ ଚିହ୍ନଟ ହୋଇଛନ୍ତି।


ସେହିଭଳି ଅନୁଗୁଳରୁ ୬୧, ବରଗଡରୁ ୧୭, ଭଦ୍ରକରୁ ୭୧, ବଲାଙ୍ଗୀରରୁ ୯, ବୌଦ୍ଧରୁ ୧୦, ଦେବଗଡରୁ ୬, ଢେଙ୍କାନାଳରୁ ୫୫, ଗଜପତିରୁ ୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭୩, ଝାରସୁଗୁଡାରୁ ୧୧, କଳାହାଣ୍ଡିରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୬୨, କେନ୍ଦୁଝରରୁ ୫୧, କୋରାପୁଟରୁ ୪୦ ଏବଂ ମାଲକାନଗିରିରୁ ୩୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

- Advertisement -

ଦିନକ ମଧ୍ୟରେ ନବରଙ୍ଗପୁରରୁ ୧୨, ନୟାଗଡରୁ ୮୩, ନୂଆପଡାରୁ ୨, ପୁରୀରୁ ୧୨୭, ରାୟଗଡାରୁ ୧୫, ସମ୍ବଲପୁରରୁ ୧୮, ସୋନପୁରରୁ ୭, ସୁନ୍ଦରଗଡରୁ ୬୭ ଓ ଷ୍ଟେଟପୁଲରୁ ୧୧୭ ଚିହ୍ନଟ ହୋଇଥିବା ଜଣାଯାଇଛି। ରାଜ୍ୟରେ ଗୋଟିଏ ଦିନରେ ୩୨୨୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୯୦୯୬୩୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ଓଡ଼ିଶାରେ ୨୫୪୬୨ ଜଣ ସକ୍ରିୟ ସଂକ୍ରମିତ ରହିଥିବା ସରକାରୀ ସୂତ୍ରରୁ କୁହାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories