www.samajalive.in
Wednesday, December 10, 2025
23.1 C
Bhubaneswar

ପୁରୀ ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ଯାଏଁ ଜାରି କର୍ଫ୍ୟୁ

ପୁରୀ : ଆସନ୍ତାକାଲି ଘୋଷଯାତ୍ରା। ଚଳିତ ବର୍ଷ ମଧ୍ୟ ପୂର୍ବ ବର୍ଷ ଅନୁଯାୟୀ କରୋନା କଟକଣା ଅନୁଯାୟୀ ସୁରୁଖୁରେ ରଥଯାତ୍ରା କରାଯିବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି। ୬୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ୧୦ ଜଣ ଅତିରିକ୍ତ ଏସପି,୨୧ ଜଣ ଡିଏସପି,୬୪ ଜଣ ଇନସପେକ୍ଟର,୨୨୨ ଏଏସଆଇ ଏବଂ ଏସଆଇଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାସହ ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ। ବଡ ଦାଣ୍ଡରେ ଥିବା ସମସ୍ତ ହୋଟେଲକୁ ମଧ୍ୟ ଖାଲି କରାଯାଇଛି। ବଡଦାଣ୍ଡରେ ଥିବା ଘରର ଲୋକେ ମଧ୍ୟ ଛାତ ଉପରେ ଠିଆ ହୋଇ ରଥଯାତ୍ରା ଦେଖିପାରିବେ ନାହିଁ। ଜିଲାପ୍ରଶାସନ ପକ୍ଷରୁ ସମସ୍ତ ଗାଇଡଲାଇନ ଜାରି କରାଯାଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

Related Articles

Popular Categories