www.samajalive.in
Thursday, December 11, 2025
15.1 C
Bhubaneswar

ମନ୍ଦିର ମଧ୍ୟରେ ଅନୁଷ୍ଠିତ ହେଲା ପତିତପାବନଦେବଙ୍କ ରଥଯାତ୍ରା ନୀତି

ପିପିଲି : ମହାମାରୀ କରୋନା କଟକଣା ଯୋଗୁଁ ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ପବିତ୍ର ରଥଯାତ୍ରାର ସମସ୍ତ ନିତୀକାନ୍ତି ମନ୍ଦିର ଭିତରେ ଅନୁଷ୍ଠିତ ହୋଇଛି। ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ସୋମବାର ସକାଳେ ମହାପ୍ରଭୂ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରିିତୀନିତୀ ସଂପନ୍ନ ହୋଇଥିଲା। ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ପହଣ୍ଡି କରାଯାଇ ମନ୍ଦିର ପରିସରରେ ପ୍ରତିଷ୍ଠିତ ସ୍ୱତନ୍ତ୍ର ମଣ୍ଡପରେ ବିଜେ କରାଯାଇଥିଲା। ସାମାଜିକ ଦୂରତା ପାଳନ ପୂର୍ବକ ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିବା ବେଳେ ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ପ୍ରମୁଖ ଠାକୁରଙ୍କ ବିଭିନ୍ନ ସେବା ନୀତି  କରିଥିଲେ। ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ନନ୍ଦକିଶୋର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ସଭାପତି ବବୁଲ ମହାପାତ୍ର, ଉପସଭାପତି ଦେବବ୍ରତ ମହାପାତ୍ର, ସଂପାଦକ ଦେବାଶିଷ ମହାପାତ୍ର, ସହସଂପାଦକ ବଳଭଦ୍ର ମହାପାତ୍ର, ସନ୍ତୋଷ ମହାପାତ୍ର, କୋଷାଧ୍ୟକ୍ଷ ରାକେଶ ମହାପାତ୍ର, ସୋମନାଥ ମହାପାତ୍ର, ଅନିଲ ମହାରଣା, ସନ୍ତୋଷ ମହାପାତ୍ର, ଚିକ ମହାପାତ୍ର, ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories