www.samajalive.in
Monday, December 8, 2025
13.1 C
Bhubaneswar

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୫୦ ଜଣଙ୍କ ମୃତ୍ୟୁ

ଇରାକ : ଇରାକର ନସିରିୟାରେ ଏକ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡରେ ପ୍ରାୟ ୫୦ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକେ ଆହତ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଓ ପୁଲିସ ପକ୍ଷରୁ ଏହି ଖବର ମିଳିଛି।
ଅଧିକାରୀଙ୍କ କହିବା ଅନୁଯାୟୀ, ନସିରୟା ସହରର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡରେ ୫୦ ଜଣଙ୍କ ମୃତ୍ୟୁ ହେବା ସହ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି ବୋଲି ଅନୁମାନ କରାଯାଉଥିବା ବେଳେ ଅମ୍ଳଜାନ ସିଲିଣ୍ଡର ଫାଟିବାରୁ ନିଆଁ ଲାଗି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ମାତ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିଆଁ ଲାଗିବା ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି। ୩ ମାସ ପୂର୍ବରୁ କୋଭିଡର ଏହି ବିଭାଗ ଏଠାରେ ଖୋଲାଯିବା ସହ ପ୍ରାୟ ୭୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିଲା। ନିଆଁ ଲାଗିବା ସମୟରେ ପ୍ରାୟ ୬୩ ଜଣ ରୋଗୀ ସେହି ବିଭାଗରେ ଥିଲେ। ତୁରନ୍ତ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରି ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ସେଠାରୁ ତୁରନ୍ତ ଗୁରୁତର ଆହତଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories