www.samajalive.in
Saturday, December 13, 2025
14.1 C
Bhubaneswar

‘ଓଡ଼ିଶା ବନ୍ଦ’ ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର: ଡିଜେଲ, ପେଟ୍ରୋଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ବିରୋଧରେ ୪ଟି ବାମପନ୍ଥୀ ଦଳ ତରଫରୁ ଆସନ୍ତା ୧୫ ତାରିଖ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ସମର୍ଥନ କରି ଏହାକୁ ସଫଳ କରିବା ପାଇଁ ଆଜି ରାଜଧାନୀ ଭୁବନେଶ୍ୱରରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଆଜି ପୂର୍ବାହ୍ନରେ ସିପିଆଇ, ଏଆଇଟିୟୁସି, ବିକେଏମ୍ୟୁ ଓ ଏଆଇକେଏସର କର୍ମୀମାନେ ଭଗବତୀ ଭବନଠାରୁ ଏକ ଶୋଭାଯାତ୍ରାରେ ବାହାରିଥିଲେ। ସେମାନେ ରାଜମହଲ ଛକ ଓ ମାଷ୍ଟରକ୍ୟାଣ୍ଟିନ ସମେତ ସମଗ୍ର ଅଶୋକନଗର ଅଞ୍ଚଳ ପରିକ୍ରମା କରି ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ବିଭିନ୍ନ ସ୍ଲୋଗାନମାନ ଦେଇଥିଲେ।

 

- Advertisement -


ବିକେଏମୟୁର ରାଜ୍ୟ ସମ୍ପାଦକ ସୁର ଜେନା, ଏଆଇଟିୟୁସି ରାଜ୍ୟ ଉପସାଧାରଣ ସମ୍ପାଦକ ବିଜୟ ଜେନା ଓ ସିପିଆଇ ନେତା ଜୟନ୍ତ ଦାସ ଶୋଭାଯାତ୍ରାକାରୀମାନଙ୍କୁ ଉଦ୍‌ବୋଧନ ଦେଇ କରୋନା ମହାମାରୀ ସମୟରେ ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାବେଳେ ଏହି ଦରବୃଦ୍ଧି ବେଡ଼ି ଉପରେ କୋରଡ଼ା ମାଡ଼ ବୋଲି ମତବ୍ୟକ୍ତ କରି ଏହାର ପ୍ରତିବାଦରେ ରାଜ୍ୟବାସୀ ସ୍ୱତଃସ୍ଫୁର୍ତ୍ତ ଭାବରେ ଓଡ଼ିଶା ବନ୍ଦକୁ ସମର୍ଥନ କରିବା ପାଇଁ ନିବେଦନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ କୈଳାସ ପୁହାଣ, ଡାକ ହେମ୍ବ୍ରମ୍, ପାର୍ବତୀ ଲାଗୁରି, କୁନା ଜାଲି ଓ ପଞ୍ଚାନନ ସାହୁ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories