www.samajalive.in
Saturday, December 13, 2025
23.1 C
Bhubaneswar

ରାଜ୍ୟରେ ୨୧ ପ୍ରତିଶତ ନିଅଣ୍ଟିଆ ବର୍ଷା

ଭୁବନେଶ୍ବର: ରାଜ୍ୟରେ ସ୍ବାଭାବିକ ବର୍ଷା ହେଉନି। ଜୁନ୍ ପହିଲାରୁ ଜୁଲାଇ ୧୫ ସୁଦ୍ଧା ୩୬୮.୨ ମିମି ବର୍ଷା ହେବା କଥା। କିନ୍ତୁ ଏପର୍ଯ୍ୟନ୍ତ ମାତ୍ର ୨୯୧.୭ ମିମି ବର୍ଷା ହୋଇଛି। ଯାହା ୨୧ ପ୍ରତିଶତ କମ। ୧୩ ଜିଲାରେ ସ୍ବାଭାବିକ ବର୍ଷା ଏବଂ ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭଦ୍ରକ ଜିଲାରେ ସର୍ବାଧିକ ୫୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଯାଜପୁର ୪୮ ପ୍ରତିଶତ, କେନ୍ଦୁଝର ୩୯ , ଝାରସୁଗୁଡା ୩୧ , ଗଜପତି ୩୮ ଓ ବଲାଙ୍ଗୀର ୩୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳ ଜିଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି। ୧୮ ଓ ୧୯ରେ ପ୍ରବଳ ବର୍ଷିା ହୋଇପାରେ। ୧୮ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ପ୍ରାୟ ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇପାରେ। ୧୯ରେ ଉପକୂଳବର୍ତ୍ତୀ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories