www.samajalive.in
Tuesday, December 9, 2025
26.1 C
Bhubaneswar

ସାପ କାମୁଡାରେ ଶିଶୁ କନ୍ୟା ମୃତ

ପାଟଣା : ଜେଜେମାଙ୍କ ସହ ଶୋଇଥିଲା ନାତୁଣୀ, ବିଳମ୍ବିତ ରାତିରେ ବିଷାକ୍ତ ସାପ କାମୁଡାରେ ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଥାନା ଖମୁଆଁ ଗ୍ରାମର କୁସୁମ ସାହିରେ । ମୃତ ଶିଶୁ କନ୍ୟା ଗ୍ରାମର ସର୍ବେଶ୍ଵର ପାଇଦା ଙ୍କ ୯ ବର୍ଷ ର ଝିଅ ପାର୍ବତୀ ମୁଣ୍ଡା। ସେ ଜେଜେମାଆ ଙ୍କ ସହ ଶୋଇଥିବା ବେଳେ ବିଳମ୍ବିତ ରାତିରେ କୌଣସି ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା । ପରିବାର ଲୋକେ ଆଜି ସକାଳୁ ତାଙ୍କୁ ପାଟଣା ମେଡିକାଲକୁ ଆଣିଥିଲେ ହେଁ ଡାକ୍ତର ଶିଶୁ କନ୍ୟାକୁ ମୃତ ଘୋଷଣା କରିଛନ୍ତି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

Hot this week

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

Related Articles

Popular Categories