www.samajalive.in
Friday, December 12, 2025
19.1 C
Bhubaneswar

ଜାତୀୟ କ୍ରୀଡ଼ା ଦିବସରୁ ହାର୍ଟ ବିଟ୍‍ ଫର ହକି ପ୍ରଚାର ଆରମ୍ଭ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡ଼ିୟମରେ ନଭେମ୍ବର ୨୮ରୁ ଡିସେମ୍ବର ୧୬ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ୱକପ ପ୍ରତିଯୋଗିତାକୁ ସାରା ଦେଶର କୋଣ ଅନୁକୋଣରେ ପହଞ୍ଚିପାରିବ; ସେ ନେଇ ଏକ ୩୬୦ ଡିଗ୍ରୀ ଅଭିଯାନ ହାର୍ଟ ବିଟ୍‍ସ ଫର୍ ହକି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମ ଜାତୀୟ କ୍ରୀଡ଼ା ଦିବସ ଅଗଷ୍ଟ ୨୯ରୁ ଆରମ୍ଭ ହେବ। କଳିଙ୍ଗ ଷ୍ଟାଡ଼ିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ଯୋଜନାକୁ ଉଦ୍‍ଘାଟନ କରିବେ। ୩୬୦ ଡିଗ୍ରୀ ଅଭିଯାନ ବିଶ୍ୱକପ ହାର୍ଟ ବିଟ୍‍ସ ଫର୍ ହକି ଅଭିଯାନ ମାଧ୍ୟମରେ ସଙ୍ଗୀତ, ମନୋରଞ୍ଜନ, ଫେସନ, ଶୁଦ୍ଧ କ୍ରୀଡ଼ା ଓ ପ୍ୟାନେଲ ଆଲୋଚନା ଅନୁଷ୍ଠିତ ହେବ। ଜାତୀୟ ଦଳକୁ ନେଇ ପ୍ରସ୍ତୁତ ଡିଜିଟାଲ ଅଭିଯାନ ଉନ୍ମୋଚିତ ହେବ। ଏହାଛଡ଼ା ସାରା ଭାରତରେ ହୃଦୟସ୍ପନ୍ଦନ ସୃଷ୍ଟି କରିବା ପାଇଁ ରୋଡ ସୋ, ଜାତୀୟ ଦଳ ପାଇଁ ବିଶ୍ୱକପ ଜର୍ସି ଉନ୍ମୋଚନ, ବିଶ୍ୱକପ ମ୍ୟୁଜିକ୍‍ ଭିଡ଼ିଓ ଉନ୍ମୋଚନ ହେବ। ହାର୍ଟ ବିଟ୍‍ ଫର ହକି ଗାଡ଼ି ଜଳନ୍ଧର, ଲକ୍ଷ୍ନୌ, ରାଞ୍ଚି, ଦିଲ୍ଲୀ, ଚେନ୍ନାଇ ପରିଭ୍ରମଣ କରିବ। ସେହିପରି ଚଣ୍ଡିଗଡ଼, ବେଙ୍ଗାଲୁରୁ, ମୁମ୍ବାଇ, ଭୋପାଳ, ରାଉରକେଲା, ଇମ୍ପାଲରେ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରା ଯାଇଥିବା ହକି ଷ୍ଟିକ୍‍କୁ ପ୍ରଦର୍ଶିତ କରାଯିବ ବୋଲି କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories