www.samajalive.in
Friday, December 12, 2025
16.1 C
Bhubaneswar

ଜୁଲାଇ ୨୬ରୁ ଖୋଲିବ ସ୍କୁଲ, ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠ ପଢ଼ା ଆରମ୍ଭ ହେବ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ ସୋମବାରଠାରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲିବ। ସକାଳ ୧୦ଟାରୁ ଦିନ ୧..୩୦ ପର୍ଯ୍ୟନ୍ତ କାର୍ଯ୍ୟନିର୍ଘଣ୍ଟ ସ୍ଥିର କରାଯାଇଛି। ସ୍କୁଲରେ ଖେଳଛୁଟି ହେବନି। ପିଲା ଘରେ ଯାଇ ଖାଇ ପାରିବେ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।” ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ଏକାଦଶ ଶ୍ରେଣୀ ପାଇଁ ସେପ୍ଟେମ୍ବର ୧୫ତାରିଖରୁ ପାଠପଢ଼ା ଆରମ୍ଭ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଏହି ନିୟମ କାର୍ଯ୍ୟକାରୀ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଏସ୍‌ଓପି ଜାରି ହେବ। ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍କୁଲ ସାନିଟାଇଜେସନ୍ ହେବ ଏବଂ ଛାତ୍ରଛାତ୍ରୀମାନଙ୍କୁ ସ୍ବତନ୍ତ୍ର ଭାବେ ବ୍ୟବସ୍ଥା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ପକ୍ଷରୁ ଆଜି ସୂଚନା ଦେଇଛନ୍ତି।

ରାଜ୍ୟରେ ଚଳିତ ଜୁଲାଇ ମାସ ୩୦ ତାରିଖରୁ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ଅଫଲାଇନ୍‌ରେ ମେଟ୍ରିକ ପରୀକ୍ଷା ହେବ। ଜିଲ୍ଲା ଏବଂ ବ୍ଲକ୍ ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର ରହିବ। ଛାତ୍ରଛାତ୍ରୀମାନଙ୍କ ମାସ୍କ ପରିଧାନ ବାଧ୍ୟତାମୂଳକ ହେବ ଏବଂ ସେମାନଙ୍କ ଥର୍ମାଲ୍ ସ୍କାନିଂ କରାଯିବ। କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ମେଟ୍ରିକ ପରୀକ୍ଷା ପରିଚାଳନା କରାଯିବ। ପରୀକ୍ଷା ଦାୟିତ୍ୱରେ ଥିବା ସମସ୍ତଙ୍କ କୋଭିଡ୍ ପରୀକ୍ଷଣ କରାଯିବ।

- Advertisement -

ଚଳିତ ଜୁଲାଇ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ। ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ୍ ପାଇଁ ଏହି ନିୟମ ଲାଗୁହେବ। ସମସ୍ତ ଶ୍ରେଣୀର ପାଠ ପଢା ଅନଲାଇନ୍ ମାଧ୍ୟମରେ ହେବ। ସକାଳ ୧୦.୦୦ ରୁ ଦିନ ୧.୩୦ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବ। ଛାତ୍ରଛାତ୍ରୀମାନେ ସ୍ବାସ୍ଥ୍ୟର ନିରାପତ୍ତା ଦୃଷ୍ଟିରୁ ଜିଲ୍ଲାପାଳମାନେ ସ୍ଥଳ ବିଶେଷରେ ସ୍କୁଲ୍ ଖୋଲାଯିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇପାରିବେ। ପରିସ୍ଥିତି ଅନୁସାରେ ଅଗଷ୍ଟ ମାସରେ ୯ମ ଶ୍ରେଣୀ ପାଠ ପଢା ପାଇଁ ନିଷ୍ପତ୍ତି ଗ୍ରହଣ କରାଯିବ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ପାଠପଢା କିପରି ହେବ ସେନେଇ ଏକ ବିସ୍ତୃତ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଉଅଛି। କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ପାଠପଢା ପରିଚାଳନା କରିବା ପାଇଁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।

ସମ୍ପୂର୍ଣ୍ଣ ପ୍ରେସ୍ ବିବୃତି ପାଇଁ ଲିଙ୍କ୍ କ୍ଲିକ୍ କରନ୍ତୁ:

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories