ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ପୁଣି ୪୦ ହଜାର ଅତିକ୍ରମ କରୁଛି। ଦେଶରେ ଦିନକରେ ଆଉ ୪୧,୧୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୧୩,୬୦୯ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୪୨,୦୦୪ ସୁସ୍ଥ ହୋଇଥିବା ବେଳେ ମୋଟ ୩,୦୨,୬୯,୭୯୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏଯାଏଁ ୪୦,୪୯,୩୧,୭୧୫ ଟିକା ନେଇ ସାରିଛନ୍ତି। ୪,୨୨,୬୬୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



