www.samajalive.in
Monday, December 15, 2025
16.1 C
Bhubaneswar

ଦେଶରେ ୩୦,୦୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୦୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶର କେତେକ ରାଜ୍ୟକୁ ବାଦଦେଇ ମୋଟ ଉପରେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମାଗତ ଭାବେ ହ୍ରାସପାଇବା ଆଶ୍ୱସ୍ତିର ବିଷୟ ହୋଇଛି। ସେହିଭଳି ଦିନକ ମଧ୍ୟରେ ଦେଶରେ ୪୫,୨୫୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ କରୋନାରୁ ମୋଟ ୩,୦୩,୫୩,୭୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି ଏବଂ ଆରୋଗ୍ୟ ହାର ୯୭.୩୭% ରହିଛି।

ସମଗ୍ର ଦେଶରେ ସଂପ୍ରତି ୪,୦୬,୧୩୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି, ଯାହା ୧୧୭ ଦିନ ମଧ୍ୟରେ ସର୍ବନିମ୍ନ। ମୋଟ ସଂକ୍ରମିତଙ୍କ ମଧ୍ୟରେ ସକ୍ରିୟ ସଂକ୍ରମିତଙ୍କ ହାର ୧.୩୦% ରହିଥିବା ଜଣାଯାଇଛି। ଦେଶରେ ଦୈନିକ ସଂକ୍ରମଣ ହାର ୧.୬୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୬% ରହିଛି। ଇତିମଧ୍ୟରେ ମୋଟ ୪୪.୭୩ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ଦେଶରେ ଟିକାକରଣ ଅଭିଯାନକୁ ବ୍ୟାପକ କରାଯାଇ ସୋମବାର ସଂଧ୍ୟା ସୁଦ୍ଧା ୪୧.୧୮ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories