www.samajalive.in
Sunday, December 14, 2025
16.1 C
Bhubaneswar

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା, ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି।  ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି ।

ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ କଲେ ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଂଶସା କରିଛନ୍ତି।

- Advertisement -

ମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲ୍ଲାପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସପାଲଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରିସ୍ପର ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୋଭିଡ କଟକଣା ଯୋଗୁ, ଭକ୍ତମାନେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଯାତ୍ରା ରେ ଭାଗ ନେଇ ପାରିନଥିଲେ । ଲୋକମାନେ ଘରେ ରହି ଯେପରି ମହାପ୍ରଭୁଙ୍କ ଦିବ୍ୟ ଯାତ୍ରାର ଆନନ୍ଦ ନେଇପାରିବେ ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ଵିଭାଗ ସୁନ୍ଦର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ।

ସର୍ବୋପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ଼୍ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories