www.samajalive.in
Saturday, December 13, 2025
26.1 C
Bhubaneswar

ପଲିଟେକନିକ୍ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭବାନୀପାଟଣା: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ କରିଛି। ଝାରସୁଗୁଡା ବାସଭବନ ସମେତ ୬ଟି ସ୍ଥାନରେ ଏକ ସାଙ୍ଗରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଝାରସୁଗୁଡା ଏଲ.ଏନ୍. କଲେଜ ପାଖ ବାସଭବନ ସମେତ ଆଉ ଏକ ଘର, ସୁନ୍ଦରଗଡ଼ରେ ତାଙ୍କ ସ୍ତ୍ରୀ କାର୍ଯ୍ୟ କରୁଥିବା ଏମଆଇ ଅଫିସ୍, କେନ୍ଦ୍ରାପଡ଼ା ବାସଭବନ, ଭବାନୀପାଟଣାରେ ଥିବା ସରକାରୀ ବାସଭବନ ଓ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ରାଉଲକେଲା ଭିଜିଲାନ୍ସ ବିଭାଗର ୬ଟି ସ୍ୱତନ୍ତ୍ର ଟିମ ଏକକାଳୀନ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ବିଭାଗ ସୂଚନା ଦେଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories