www.samajalive.in
Tuesday, December 9, 2025
15.1 C
Bhubaneswar

ବିଦ୍ୟୁତ ଶୁଳ୍କ ବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେପିର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ

ଜି.ଉଦୟଗିରି: ଆମ ରାଜ୍ୟରେ ଯଥେଷ୍ଟ ପରିମାଣରେ ବିଦ୍ୟୁତ ଉତ୍ପାଦନ ହେଉଥିଲେ ମଧ୍ୟ ଅନ୍ୟ କେତେକ ରାଜ୍ୟ ଅପେକ୍ଷା ଆମ ରାଜ୍ୟରେ ବିଦ୍ୟୁତ ଶୁଳ୍କର ଅହେତୁକ ବୃଦ୍ଧି ହୋଇଥିବା ପ୍ରତିବାଦରେ ଜି.ଉଦୟଗିରି ବିଜେପି ପକ୍ଷରୁ ମଙ୍ଗଳବାର ଦିନ ସ୍ଥାନୀୟ ବିଦ୍ୟୁତ ଉପଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଉପଖଣ୍ଡ ବିଦ୍ୟୁତ ବିଭାଗ ଅଧିକାରୀଙ୍କ ଜରିଆରେ ଏକ ସ୍ମାରକ ପତ୍ର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ବିବରଣୀରୁ ପ୍ରକାଶଯେ ରାଜ୍ୟ ବିଜେପିର ଆହ୍ବାନ କ୍ରମେ ଜି.ଉଦୟଗିରି ନଗର ବିଜେପି ସଭାପତି ଉଦେଶନ ପ୍ରଧାନଙ୍କ ନେତୃତ୍ବରେ ମଙ୍ଗଳବାର ଦିନ ଅଞ୍ଚଳର ବିଜେପି ନେତା ଏକତ୍ରୀତ ହୋଇ ବିଦ୍ୟୁତ ଶୁଳ୍କ ବୃଦ୍ଧି,ଅଘୋଷିତ ବିଦ୍ୟୁତ କାଟ ଓ ଲୋ ଭୋଲଟେଜ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଉପଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରର୍ଦଶନ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଉପଖଣ୍ଡ ବିଦ୍ୟୁତ ବିଭାଗ ଅଧିକାରୀ ଇଂ.ଶ୍ୟାମ ସୁନ୍ଦର ବେହେରାଙ୍କ ଜରିଆରେ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ନଗର ବିଜେପି ଉପ ସଭାପତି ବିଭୂତି ଆଚାର୍ଯ୍ୟ,କନ୍ଧମାଳ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅବନେଶ୍ବର ପ୍ରଧାନ, କନ୍ଧମାଳ ଜିଲ୍ଲା ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ, ବ୍ଳକ ବିଜେପି ସଭାପତି ମାୟାବନ୍ଧୁ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଅମର ସିଂ ନାୟକ, ପାଡାଙ୍ଗି ସରପଞ୍ଚ ଲଳିତ ପ୍ରଧାନ, ବରିଷ୍ଠ ସଭ୍ୟ ଭୀମସେନ ପ୍ରଧାନ, ସୂରେନ୍ଦ୍ର ପ୍ରଧାନ, ଜ୍ଞାନ ରଞ୍ଜନ ପ୍ରଧାନ ପ୍ରମୁଖଙ୍କ ସହ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories