www.samajalive.in
Sunday, December 14, 2025
14.1 C
Bhubaneswar

ଜୁଲାଇ ୨୩ ଯାଏଁ ପୁଲିସ ହେପାଜତରେ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା

ଅଶ୍ଳୀଳ ଚଳଚ୍ଚିତ୍ର ପ୍ରସ୍ତୁତ କରିବା ଏବଂ ଏହାକୁ ଆପ୍‍ ମାଧ୍ୟମରେ ପ୍ରସାରିତ କରିବା ଅଭିଯୋଗରେ ଗିରଫ ହୋଇଥିବା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇର ଏକ କୋର୍ଟ ଚଳିତ ମାସ ୨୩ ତାରିଖ ପର୍ଯ୍ୟନ୍ତ ପୁଲିସ ହେପାଜତକୁ ପଠାଇଛନ୍ତି। ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୁଲିସ୍‍ର ଅପରାଧ ଶାଖା ସୋମବାର ରାତିରେ ଗିରଫ କରିଥିଲା। ଗତକାଲି ତାଙ୍କୁ କୋର୍ଟରେ ହାଜର କଲା ବେଳେ ପୁଲିସ ଅଧିକ ଦିନ ହେପାଜତକୁ ନେବାକୁ ଯୁକ୍ତି ଉପସ୍ଥାପନ କରିଥିଲା। ପୁଲିସ କୋର୍ଟକୁ ଜଣାଇଥିଲା ଯେ ୪୫ ବର୍ଷୀୟ ରାଜ କୁନ୍ଦ୍ରା ଅଶ୍ଳୀଳ ଚଳଚ୍ଚିତ୍ର ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିକ୍ରି କରି ଅର୍ଥନୈତିକ ଫାଇଦା ପାଇଛନ୍ତି।

ପୁଲିସ କହିଛି ରାଜ କୁନ୍ଦ୍ରାଙ୍କ ମୋବାଇଲ ଜବତ କରାଯାଇଛି ଏବଂ ସେଥିରେ ଥିବା ତଥ୍ୟକୁ ଯାଞ୍ଚ କରାଯାଉଛି। ଏହାଛଡ଼ା ଏହି ମାମଲାରେ ରିୟାନ୍‍ ଥ୍ରୋପେ ନାମକ ଆଉଜଣେ ବ୍ୟକ୍ତିଙ୍କୁ ମଧ୍ୟ ପୁଲିସ୍‍ କୋର୍ଟରେ ହାଜର କରାଇଥିଲା। ତାଙ୍କୁ ମଧ୍ୟ କୋର୍ଟ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ପୋଲିସ ହେପାଜତକୁ ପଠାଇଛନ୍ତି।

Hot this week

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

Related Articles

Popular Categories