www.samajalive.in
Sunday, December 7, 2025
14.1 C
Bhubaneswar

ପିପିଲିରେ ପତିତପାବନଦେବଙ୍କ ବାହୁଡାବିଜେ ନୀତି ସଂପନ୍ନ

ପିପିଲି : ମହାମାରୀ କରୋନା କଟକଣା ଯୋଗୁଁ ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ପବିତ୍ର ବାହୁଡାଯାତ୍ରାର ସମସ୍ତ ନିତୀକାନ୍ତି ମନ୍ଦିର ମଧ୍ୟରେ ବିନାଭକ୍ତରେ ସଂପନ୍ନ ହୋଇଛି । ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିର ପରିସରରେ ମଙ୍ଗଳବାର ସକାଳେ ମହାପ୍ରଭୂ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରିିତୀନିତୀ ସଂପନ୍ନ ହୋଇଥିଲା । ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‍ରେ ପହଣ୍ଡି କରାଯାଇ ମନ୍ଦିର ପରିସରରେ ପ୍ରତିଷ୍ଠିତ ସ୍ୱତନ୍ତ୍ର ମଣ୍ଡପରେ ବିଜେ କରାଯାଇଥିଲା । ସାମାଜିକ ଦୂରତା ପାଳନ ପୂର୍ବକ ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିବା ବେଳେ ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ପ୍ରମୁଖ ଠାକୁରଙ୍କ ବିଭିନ୍ନ ସେବାନିତୀ କରିଥିଲେ ।
ପରଂପରା ଅନୁଯାଇ ସମାଜସେବୀ ପ୍ରଭାକର ପଣ୍ଡା ଠାକୁରମାନଙ୍କର ଛେରା ପହଁରା କରିଥିଲେ। ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ନନ୍ଦକିଶୋର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ସଭାପତି ବବୁଲ ମହାପାତ୍ର, ଉପସଭାପତି ଦେବବ୍ରତ ମହାପାତ୍ର, ସଂପାଦକ ଦେବାଶିଷ ମହାପାତ୍ର, ସହସଂପାଦକ ବଳଭଦ୍ର ମହାପାତ୍ର, ସନ୍ତୋଷ ମହାପାତ୍ର, କୋଷାଧ୍ୟକ୍ଷ ରାକେଶ ମହାପାତ୍ର, ସୋମନାଥ ମହାପାତ୍ର, ଅନିଲ ମହାରଣା, ସନ୍ତୋଷ ମହାପାତ୍ର, ଚିକ ମହାପାତ୍ର, ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories