www.samajalive.in
Thursday, December 11, 2025
16.1 C
Bhubaneswar

ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ : ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୫୧ ଛାତ୍ରଛାତ୍ରୀ

କଟକ : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ଅଫ ଲାଇନରେ ପରୀକ୍ଷା ଦେବା ନିମନ୍ତେ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ ବା ମାଟ୍ରିକ ଇଚ୍ଛାଧୀନ ବିକଳ୍ପ ଉନ୍ନତି ପରୀକ୍ଷା ପାଇଁ ଏହି ପରୀକ୍ଷା କେନ୍ଦ୍ର ସ୍ଥିର ହୋଇଛି। ମୋଟ ୧୫,୧୫୧ ଛାତ୍ରଛାତ୍ରୀ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୬ ହଜାର ୫୯୭ ନିୟମିତ ପରୀକ୍ଷାର୍ଥୀଙ୍କ ପାଇଁ ୨୭୮ଟି କେନ୍ଦ୍ର ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ୮,୪୯୩ ପରୀକ୍ଷାର୍ଥୀଙ୍କ ପାଇଁ ୨୨୨ଟି କେନ୍ଦ୍ର ସ୍ଥିର କରାଯାଇଛି। ୬୧ ଜଣ ମଧ୍ୟମା ଛାତ୍ରଛାତ୍ରୀଙ୍କ ପାଇଁ ୪ ଟି କେନ୍ଦ୍ର କରାଯାଇଛି।

ପରୀକ୍ଷାର୍ଥୀମାନେ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍‌ସାଇଟ୍  www.bseodisha.ac.in.ମାଧ୍ୟମରେ ଆଡମିଟ କାର୍ଡ ଡାଉନଲୋଡ୍ କରିପାରିବେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories