www.samajalive.in
Sunday, December 7, 2025
18.1 C
Bhubaneswar

ଅଦିନିଆ ବର୍ଷାରେ ବେହାଲ ଜାତୀୟ ରାଜପଥ

ମୋହନା : ଗଜପତି ଜିଲ୍ଲା ମୋହନା ବ୍ଲକର ଚାନ୍ଦିପୁଟ ଗ୍ରାମ ଦେଇ ଯାଇଥିବା ଜାତୀୟ ରାଜପଥ ୩୨୬ ହାଟପଦାଠାରେ ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତାଟି ବ୍ରହ୍ମପୁର ଠାରୁ ପାରଳାଖେମୁଣ୍ଡି ଓ ମୋହନାକୁ ସଂଯୋଗ କରୁଛି। ଏହି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଯାହାକି ଚାନ୍ଦିପୁଟ ହାଟପଦା ନିକଟରେ ଥିବା ପୋଲ ପାଖରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇ ପାଣି ଜମି ରହୁଛି। ବର୍ଷା ହେଲେ ଆଣ୍ଠୁଏ ପାଣି ଜମି ରହି ରାସ୍ତା ଉପରେ ପାଣିର ସୁଅ ଛୁଟୁଛି। ଯାନ ବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଛି। ଶଙ୍ଖ ନିକଟରେ ବହୁଦିନ ଧରି ପାଣି ଜମି ରହିବା ଏବଂ ଏହାର ଉଭୟ ପାର୍ଶ୍ୱରେ ପାଚେରୀ ନ ଥିବାରୁ କେତେବେଳେ ଅଘଟଣ ଘଟିବ କହି ହେବ ନାହିଁ। ତେଣୁ ଏହାର ସମାଧାନ ପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories