www.samajalive.in
Sunday, December 14, 2025
15.1 C
Bhubaneswar

ଜିଓ ପ୍ଲାଟଫର୍ମସର ପ୍ରଥମ ତ୍ରୟମାସ ଶୁଦ୍ଧ ଲାଭ ୩୬୫୧ କୋଟି ଟଙ୍କା

ମୁମ୍ବଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆରଆଇଏଲ)ର ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ ଲିମିଟେଡ ଚଳିତ ଆର୍ଥିକ ବର୍ଷର ୨୦୨୧ ଏପ୍ରିଲରୁ ଜୁନ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ଶୁଦ୍ଧ ଲାଭରେ ୪୪.୯% ବୃଦ୍ଧି ସହ ୩୬୫୧ କୋଟି ଟଙ୍କା ନିଟ ଲାଭ ହାସଲ କରିଥିବା କଂପାନି ପକ୍ଷରୁ ଘୋଷଣା କରାଯାଇଥିବା ତ୍ରୟମାସିକ ଆର୍ଥିକ ଫଳାଫଳରୁ ଜଣାପଡ଼ିଛି। ଗତବର୍ଷର ପ୍ରଥମ ତ୍ରୟମାସରେ କଂପାନି ୨୫୧୯ କୋଟି ଟଙ୍କାର ନିଟ (ଶୁଦ୍ଧ) ଲାଭ ହାସଲ କରିଥିଲା। ଯୋଗାଯୋଗ (କନେକ୍ଟିଭିଟି) ବ୍ୟବସାୟରେ ଗ୍ରାହକ ଯୋଡ଼ି ହେବା ଜାରି ରହିଥିବାରୁ ଆଇୟୁସି ସମାୟୋଜିତ ୧୯% ଅଭିବୃଦ୍ଧି ସହ ତ୍ରୟମାସିକ ରାଜସ୍ୱ ୧୮,୯୫୨ କୋଟି ଟଙ୍କା ହୋଇଛି। ୨୦୨୧ ଜୁନ ୩୦ ସୁଦ୍ଧା ଦେଶରେ ଜିଓର ମୋଟ ଗ୍ରାହକ ସଂଖ୍ୟା ୪୪ କୋଟିକୁ ବୃଦ୍ଧି ପାଇଛି। ଏହି ତ୍ରୟମାସରେ ଇବିଆଇଟିଡିଏ ୮୮୯୨ କୋଟି ଟଙ୍କା ରହିଛି ଯାହା ଗତବର୍ଷର ପ୍ରଥମ ତ୍ରୟମାସ ଇବିଆଇଟିଡିଏ ତୁଳନାରେ ୨୧.୩% ଅଧିକ। ଏହି ତ୍ରୟମାସରେ ଗ୍ରାହକ ପିଛା ହାରାହାରି ରାଜସ୍ୱ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ୧୩୮.୪ ଟଙ୍କା ରହିଛି। ଜିଓ ନେଟୱର୍କରେ ମୋଟ ଡାଟା ଟ୍ରାଫିକ ୩୮.୫% ବୃଦ୍ଧି ପାଇଛି ଏବଂ ଏହି ତ୍ରୟମାସରେ ତାହା ୨୦.୩ ବିଲିଅନ ଜିବି ରହିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ହାରାହାରି ଡାଟା ବ୍ୟବହାର ୧୫.୬ ଜିବିକୁ ବୃଦ୍ଧି ପାଇଥିବା ବେଳେ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ହାରାହାରି ଭଏସ ଉପଯୋଗିତା ୮୧୮ ମିନିଟ ରହିଛି। ଏହି ତ୍ରୟମାସରେ କୋଭିଡ ଯୋଗୁଁ ସୃଷ୍ଟି ହୋଇଥିବା ପ୍ରଭାବକୁ ହ୍ରାସ କରିବା ଲାଗି ଜିଓ ତରଫରୁ ଅନେକ ଗ୍ରାହକ କୈନ୍ଦ୍ରୀକ ସେବା ଶୁଭାରମ୍ଭ କରାଯାଇଥିଲା ଯେଉଁଥିରେ ସାମିଲ ରହିଛି ଜିଓଫୋନ୍ ବ୍ୟବହାରକାରୀମାନଙ୍କ ଲାଗି ମାଗଣା ଅଫର, ଜରୁରୀକାଳୀନ ଡାଟା ଲୋନ, ହ୍ୱାଟସ୍ଆପ ରିଚାର୍ଜ ସୁବିଧା ଏବଂ କୌଣସି ଦୈନିକ ସୀମା ନଥିବା ଫ୍ରିଡମ ପ୍ଲାନ। କ୍ଷେତ୍ର ଭିତିରେ କାର୍ଯ୍ୟ କରିବାର ଆହ୍ୱାନ ରହିଥିବା ସତ୍ୱେ ନିକଟ ମାସଗୁଡ଼ିକରେ ଗ୍ରାହକ ଯୋଡ଼ିବାରେ ଉନ୍ନତ ଧାରା ଜାରି ରହିଥିବାରୁ ଜିଓଫାଇବରର ଏବେ ୩ ନିୟୁତରୁ ଅଧିକ ଘରକୁ ସଂଯୋଗ କରିପାରିଛି। ଏହି ତ୍ରୟମାସିକ ଫଳାଫଳ ସମ୍ପର୍କରେ ମୁକେଶ ଧିରୁଭାଇି ଅମ୍ବାନି, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦେଶକ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ କହିଛନ୍ତି ଯେ, କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁଁ ପରିଚାଳନା ପରିବେଶରେ ଅତ୍ୟଧିକ ଆହ୍ୱାନକୁ ସାମ୍ନା କରିବା ସତ୍ୱେ କଂପାନି ଦୃଢ଼ ଅଭିବୃଦ୍ଧି ପ୍ରଦାନ କରିଥିବାରୁ ସେ ଆନନ୍ଦିତ। ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସର ଫଳାଫଳ ରିଲାଏନ୍ସର ବିବିଧ ବ୍ୟବସାୟ ପୋର୍ଟଫୋଲିଓର ସବୁ ସମୟରେ ସହନଶୀଳତାକୁ ପ୍ରତିଫଳିତ କରୁଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories