ଢେଙ୍କାନାଳ : ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ କଣ୍ଟାମାଳ ଗାଁରେ ବିଦ୍ୟୁତ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ଶନିବାର ଜଣାପଡିଛି। ହାତୀଟିର ବୟସ ପ୍ରାୟ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଜଙ୍ଗଲୀ ବାରହା ପାଇଁ ବିଛା ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସମ୍ପୃକ୍ତ ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଘଟଣାର ତଦନ୍ତ କରାଯାଉଛି ବୋଲି ସୂଚନା ମିଳିଛି।
Popular Categories



