www.samajalive.in
Monday, December 8, 2025
14.1 C
Bhubaneswar

କୋଭିଡ୍‌ ନିୟମାବଳୀ ମଧ୍ୟରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର: ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ।

ଆଜି ଅପରାହ୍ଣରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ ମାର୍ଗଦର୍ଶିକାର ସଠିକ୍‌ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ। ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ। ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍‌ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।

- Advertisement -

 

ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ ଡିସିପି, ଭୁବନେଶ୍ୱର ପରିଚାଳନା କରିବେ। ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ। ସେହିପରି ଆର୍‌ଡିସି ଜୋନ୍‌, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍‌ ନିୟମାବଳୀ ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବ।

ଏହି ବୈଠକରେ ବିଭାଗୀୟ ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ୍‌ ମହାନ୍ତି, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦେଶକ ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ା ଏବଂ ଉପନିର୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସହକାରୀ ନିର୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories