www.samajalive.in
Thursday, December 11, 2025
13.1 C
Bhubaneswar

ଲଘୁଚାପ ଆଣିବ ଭଲ ବର୍ଷ

ଭୁବନେଶ୍ବର,: ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୨୮ ତାରିଖରୁ ଉତ୍ତର ବଙ୍ଗୋପସାଗର ଓ ତା’ର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁଲାଇ ୨୮ରୁ ୩୦ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଅାଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉତ୍ତର ଉପକୂଳ ଅଞ୍ଚଳରେ ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧାରେ ବର୍ଷା ହେବାର ଆଶଙ୍କା ରହିଛି। ସୁନ୍ଦରଗଡ଼,କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୨୮ରୁ ୩୦ ମଧ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଗତ ୨୪ ଘଣ୍ଟାରେ ରାଜ୍ୟରେ କେତେକ ଅଞ୍ଚଳରେ ବର୍ଷା ହୋଇଛି। ସବୁଠୁ ଅଧିକ ବର୍ଷା ଝାରସୁଗୁଡ଼ା ଜିଲାର ଲାଇକେରାରେ ୩୧.୨ ମିମି ଓ କିରିମିରାରେ ୨୯.୩ ମିମି, ଢେଙ୍କାନାଳର ଭୁବନରେ ୧୯.୦ ମିମି ବର୍ଷା ରେକର୍ଡ଼ କରାଯାଇଛି। ୧ ଜୁନରୁ ୨୬ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟରେ ୩୯୯.୬ ମିମି ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୪୯୮.୬ ମିମି ବର୍ଷା ହୋଇଥାଏ। ଯାହାକି ଚଳିତବର୍ଷ ପ୍ରାୟ ୨୦ ପ୍ରତିଶତ କମ୍। ୧୫ଟି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ଅନ୍ୟ ୧୫ ଜିଲାରେ ନିଅଣ୍ଟିଆ ହୋଇଛି। ଭଦ୍ରକ, ଯାଜପୁର ଓ ବଲାଙ୍ଗିରରେ ୪୦ ପ୍ରତିଶତ କମ ବର୍ଷା ହୋଇଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚଆର ବିଶ୍ବାସ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories