www.samajalive.in
Monday, December 8, 2025
16.1 C
Bhubaneswar

ବାସବରାଜ ବୋମାଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ: ବାସବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ। ବେଙ୍ଗାଲୁରୁରେ ବିଧାୟକ ଦଳ ବୈଠକରେ ବାଜିଲା ମୋହର। ୬୧ ବର୍ଷିୟ ବୋମାଇଙ୍କ ନାମରେ ବାଜିଲା ମୋହର। ବୈଠକରେ ବୋମାଇଙ୍କ ନାମ ପ୍ରସ୍ତାବ ଦେଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା। ପର୍ଯ୍ୟବେକ୍ଷକ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇଙ୍କ ନାମ ଘୋଷଣା କରାଯାଇଛି। ୟେୁଦ୍ୟୁରପ୍ପାଙ୍କ ମନ୍ତ୍ରୀମଣ୍ଡଳରେ ଗୃହମନ୍ତ୍ରୀ ଥିଲେ ବୋମାଇ। ଆସନ୍ତାକାଲି ବାସବରାଜ ବୋମାଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।
ଲିଙ୍ଗାୟତ ସଂପ୍ରଦାୟର ବିଧାୟକଙ୍କୁ ବିଜେପି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ କରିଛି। ବିଜେପି ବିଧାୟକ ଦଳ ବୈଠକରେ ବରିଷ୍ଠ ନେତା ବାସବରାଜ ବୋମାଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ବିଧାୟକ ଦଳ ବୈଠକରେ କେନ୍ଦ୍ର ପର୍ଯ୍ୟବେକ୍ଷକ ଧର୍ମେନ୍ଦ୍ର ପ୍ରଧାନ, ଅରୁଣ ସିଂହ ଓ ଜି.କିଶନ ରେଡ୍ଡୀ ଉପସ୍ଥିତ ରହିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ପର୍ଯ୍ୟବେକ୍ଷକ ଧର୍ମେନ୍ଦ୍ର ପ୍ରଧାନ ହିଁ ବାସବରାଜ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସର୍ବସମ୍ମୁଖରେ ଆଜି ଘୋଷଣା କରିଛନ୍ତି।


ଏଠାରେ ସୂଚନା ଯୋଗ୍ୟ ଯେ ଗତ ୨୬ ତାରିଖରେ ବିଏସ୍‌ ୟେଦ୍ୟୁରପ୍ପା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଆଜି ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ, ସେଥିପାଇଁ ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ବୈଠକରେ ୟେଦ୍ୟୁରପ୍ପା ପ୍ରଥମେ ବୋମାଇଙ୍କ ନାମ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରସ୍ତାବ ରଖିଥିଲେ। ଏହାପରେ ସର୍ବସମ୍ମତିକ୍ରମେ ବୋମାଇଙ୍କ ନାମ ଉପରେ ମୋହର ବାଜିଥିଲା।
ବୋମାଇ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବାରୁ ସେ ସରକାର ଗଠନ ପାଇଁ ରାଜ୍ୟପାଳ ଥାୱରଚନ୍ଦ ଗେହଲଟଙ୍କ ଆଗରେ ଦାବି ଉପସ୍ଥାପନ କରିବେ। ଏହାପରେ ରାଜ୍ୟପାଳ ଗେହଲଟ ନୂଆ ବିଧାୟକ ଦଳ ନେତା ବାସବରାଜ ବୋମାଇଙ୍କୁ ମନ୍ତ୍ରୀମଣ୍ଡଳ ଗଠନ ପାଇଁ ଆହ୍ବାନ କରିବେ। ଏହାପରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ ସଦସ୍ୟ ଶପଥ ଗ୍ରହଣ କରିବା ପାଇଁ ଦିନ ଧାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି। ଅପରପକ୍ଷରେ ଆସନ୍ତାକାଲି ବୋମାଇ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories