www.samajalive.in
Monday, December 8, 2025
13.1 C
Bhubaneswar

ବିଲରେ କାମ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ଗୁରୁତର

କାଶୀପୁର: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ବଡମାଟିକଣା ଗାଁ ନିକଟସ୍ଥ ଜମିରେ କାର୍ଯ୍ୟ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୁଧବାର ଜଣେ ଯୁବକ ଗୁରୁତର ଆହାତ ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ଫୁଲଯୋବା ଗ୍ରାମର ରାମ ମାଝୀ ବୋଲି ସୂଚନା ମିଳିଛି। ଆହାତ ରାମଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାର ଲୋକେ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଯୁବକ ଜଣଙ୍କ ଚାଷ କାର୍ୟ୍ୟ ପାଇଁ ଜମିକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଛି।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories