www.samajalive.in
Monday, December 8, 2025
13.1 C
Bhubaneswar

ତୁରୁମୁଙ୍ଗା ସ୍ବାସ୍ଥ୍ୟ କେନ୍ଦ୍ରରେ ହେପାଟାଇଟିସ ଦିବସ ପାଳିତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରିସରର ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଆଜି ବିଶ୍ୱ ହେପାଟାଇଟିସ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରୋଗୀ, ସଚେତନ ବ୍ୟକ୍ତି ଓ ଛାତ୍ରଛାତ୍ରୀମାନଙ୍କୁ ଏହି ରୋଗର କାରଣ ଓ ପ୍ରତିକାର ସଂପର୍କରେ ସୂଚନା ଦିଆଯାଇଥିଲା। ଏଥିରେ ଡାକ୍ତର ସି.ଡ଼ି ମୋନାଲିସା ସଭାପତିତ୍ୱ କରଥିଲେ। ସ୍ବାସ୍ଥ୍ୟକର୍ମୀ ସ୍ୱାଗତିକା ସାହୁଙ୍କ ସଂଯୋଜନାରେ କାର୍ଯ୍ୟକ୍ରମରେ ଫାର୍ମାସିଷ୍ଟ ଅଜୟ କୁମାର ସାହୁ, ହେମଳତା ପୃଷ୍ଟି, ପଙ୍କଜିନୀ ମିଶ୍ର, କୁନ୍ତଳା ମହାନ୍ତ, ରାଜନଗର ସ୍ବାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ସଂଘମିତ୍ରା ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ସଫେଇ ଅଭିଯାନ ହୋଇଥିଲା।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories