www.samajalive.in
Thursday, December 11, 2025
15.1 C
Bhubaneswar

ସିବିଏସ୍ଇ ଦ୍ୱାଦଶ ପରୀକ୍ଷାରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଟ୍ୱିଟ୍ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ସିବିଏସଇ ରେକର୍ଡସଂଖ୍ୟକ ପାସ ହାର ହାସଲ କରିବା ଖୁସିର ବିଷୟ। ଛାତ୍ରଛାତ୍ରୀଙ୍କ ସଫଳତା ପାଇଁ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ପରିଶ୍ରମ ପ୍ରଶଂସନୀୟ। କୃତି ଛାତ୍ରଛାତ୍ରୀଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶ୍ରୀ ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିବା ବେଳେ ଚଳିତବର୍ଷ ପାସ୍ ହାର ରହିଛି ୯୯.୩୭। କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବିକଳ୍ପ ପଦ୍ଧତିରେ ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories