www.samajalive.in
Friday, December 12, 2025
15.1 C
Bhubaneswar

ଇ-ଉପସ୍ଥାନ ଉନ୍ମୋଚନ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନଙ୍କର ଉପସ୍ଥାନ ଏହି ଆପ୍‌ ମାଧ୍ୟମରେ ଗ୍ରହଣ କରାଯାଇପାରିବ। ଏହା ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଅଭିନବ ପଦକ୍ଷେପ ବୋଲି ମନ୍ତ୍ରୀ ଶ୍ରୀ ଦାଶ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କହିଥିଲେ ଯେ ଏହି ଆପ୍‌ ମାଧ୍ୟମରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଉପସ୍ଥାପନ ଅନ୍‌ଲାଇନ୍‌ ମାଧ୍ୟମରେ ଜାଣିବା ସହିତ ସେମାନେ କି ପ୍ରକାର ଡିଜିଟାଲ୍‌ ମାଧ୍ୟମ ଯଥା ସ୍ମାର୍ଟଫୋନ, କମ୍ପ୍ୟୁଟର, ସାଧାରଣ ମୋବାଇଲ୍‌ ଫୋନ୍‌ ବ୍ୟବହାର କରୁଛନ୍ତି ତାହା ମଧ୍ୟ ଜାଣିହେବ। ଏହି ଇ-ଉପସ୍ଥାନ କାର୍ଯ୍ୟକ୍ରମ ରାଜ୍ୟର ସମସ୍ତ ଜିଲାରେ ସୂଚାରୁ ରୂପେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ଶିକ୍ଷକ-ଶିକ୍ଷୟତ୍ରୀମାନଙ୍କ ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ସାହୁ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ସାହା ସମସ୍ତ ଅତିଥିମାନଙ୍କୁ ସ୍ୱାଗତ କରି ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ଇ-ଉପସ୍ଥାନ ମାଧ୍ୟମରେ ବିଭାଗର ତଥ୍ୟ ସଂଗ୍ରହ ପ୍ରକ୍ରିୟା ଉନ୍ନତ ଏବଂ ତ୍ୱରାନ୍ୱିତ ହୋଇପାରିବ। ଏହା ଠିକ୍‌ ଭାବରେ କାର୍ଯ୍ୟକାରୀ ହେଲେ ବିଦ୍ୟାଳୟ ପରିଚାଳନାରେ ସ୍ୱଚ୍ଛତା ଆସିବା ସହ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦେଶକ, ଜିଲା ଶିକ୍ଷା ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ ଏବଂ ଓସେପାର ବିଭିନ୍ନ ପ୍ରଭାଗର ମୁଖ୍ୟମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଶେଷରେ ଉପନିର୍ଦେଶକ ଉଦୟନାଥ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories