www.samajalive.in
Monday, December 15, 2025
27.1 C
Bhubaneswar

ପୁଲୱାମାରେ ୨ ଆତଙ୍କି ନିହତ; ତଲାସି ଅଭିଯାନ ଜାରି

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲୱାମାର ଜଙ୍ଗଲ ଅଞ୍ଚଳରେ ଭାରତର ସୁରକ୍ଷା ବାହିନୀ ଯବାନଙ୍କ ଗୁଳିରେ ଦୁଇଜଣ ଆତଙ୍କିଙ୍କର ମୃତ୍ୟୁ ଘଟିଛି। ଶନିବାର ସକାଳେ ଏହି ଘଟଣା ଘଟିଛି। ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରିନେବା ସହିତ ତଲାସି ଅଭିଯାନ ଚଳାଇଛନ୍ତି। କାଶ୍ମୀର ଜୋନ ପୁଲିସ ସୂତ୍ର ଅନୁଯାୟୀ ପୁଲୱାମା ବାହାରେ ଜଙ୍ଗଲ ଅଞ୍ଚଳରେ ଆତଙ୍କବାଦୀ ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିବାପରେ ନିରାପତ୍ତା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଆରମ୍ଭ କରିଦେଇଥିଲେ। ନାଗବେରାନ-ତରସାର ଜଙ୍ଗଲ ଅଞ୍ଚଳରେ ତଲାସି ସମୟରେ ଲୁଚି ରହିଥିବା ଆତଙ୍କବାଦୀ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ। ତେବେ ସୁରକ୍ଷା ବାହିନୀ ଯବାନଙ୍କ ପାଲଟା ଗୁଳିମାଡରେ ଦୁଇ ଆତଙ୍କିଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କର ପରିଚୟ ଜଣାପଡିନାହିଁ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories