ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡରୁ ୧୧ ଓ କଟକ ଜିଲାରୁ ୧୦ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୩୩କୁ ବୃଦ୍ଧିପାଇଛି।
ମୃତକଙ୍କ ମଧ୍ୟରେ ପୁରୀ ଜିଲାରୁ ୬, ଢେଙ୍କାନାଳ ୫, ଗଞ୍ଜାମ ୪ ଓ ଜଗତସିଂହପୁର ଜିଲାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ରାଜ୍ୟର ବରଗଡ, ଯାଜପୁର, କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
Comments are closed.