www.samajalive.in
Wednesday, December 10, 2025
26.1 C
Bhubaneswar

ଆଜିଠୁ ତିନିଦିନ ବର୍ଷା, ୧୩ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧.୫ ରୁ ୫.୮ ଉଚ୍ଚତାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ(ଏସଆରସି) ପରାମର୍ଶ ଦେଇଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories