www.samajalive.in
Tuesday, December 9, 2025
16.1 C
Bhubaneswar

ସୁଦର୍ଶନ ବ୍ଲକ ଓ ସୋମନାଥ ଏନଏସି କଂଗ୍ରେସ ସଭାପତି ନିଯୁକ୍ତ

ଆଠଗଡ : ଆଠଗଡ ବ୍ଲକ କଂଗ୍ରେସ ସଭାପତି ଭାବେ ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ସାହୁ ଏବଂ ଏନଏସି କଂଗ୍ରେସ ସଭାପତି ଭାବେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିଯୁକ୍ତ କରାଯାଇଥିବା ଜଣାପଡିଛି । ସେମାନଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ପଦବୀ ଲାଗି ମନୋନୀତ କରିଥିବା ବିଷୟ କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ ପତ୍ର ଦ୍ୱାରା ସେମାନଙ୍କୁ ଜଣାଇଥିଲେ । ସେମାନଙ୍କ ଏହି ନୂତନ ନିଯୁକ୍ତି ଖବର ଜଣାପଡିବା ପରେ କଂଗ୍ରେସ ମହଲରେ ଆନନ୍ଦ ପ୍ରକାଶ ପାଇଥିଲା । ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଉମାବଲ୍ଲଭ ରଥ ଶ୍ରୀ ସାହୁ ଓ ଶ୍ରୀ ଭକ୍ତାଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ନେତୃତ୍ୱରେ ଆଠଗଡ ବ୍ଲକ ଓ ଏନଏସିରେ କଂଗ୍ରେସ ସଂଗଠନ ଆହୁରି ସୁଦୃଢ ହେବ ବୋଲି ଆଶାବ୍ୟକ୍ତ କରିଥିଲେ । ସେମାନଙ୍କର ଏହି ନୂତନ ନିଯୁକ୍ତି ପାଇଁ ଶ୍ରୀ ରଥ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଓ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଚୌଧୁରୀଙ୍କୁ ଧନ୍ୟବାଦ ଜଣାଇଥିଲେ । କଟକ ଜିଲ୍ଲା ଯୁବକଂଗ୍ରେସ ଉପସଭାପତି ମନୋରଞ୍ଜନ ପଟ୍ଟନାୟକ, ଆଠଗଡ ଯୁବ କଂଗ୍ରେସ ସଭାପତି ବିକ୍ରମ ରାୟସାମନ୍ତଙ୍କ ସମେତ ବହୁ କଂଗ୍ରେସ ନେତା ଉଭୟ ସୁଦର୍ଶନ ଓ ସୋମନାଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories