www.samajalive.in
Monday, December 8, 2025
13.1 C
Bhubaneswar

ଭୀମଭୋଇ ମେଡିକାଲ କଲେଜ ଲୋକାର୍ପିତ

ବଲାଙ୍ଗୀର: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କ ଉପସ୍ଥିତିରେ ଭୀମଭୋଇ ମେଡିକାଲ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ସ୍ଥାନୀୟ ଅଞ୍ଚଳ ଓ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଭୀମଭୋଇ ମେଡିକାଲ୍‌ କଲେଜ୍‌ ପ୍ରତିଷ୍ଠା ହେବା ପରେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ରାଜ୍ୟ ରକାର ସବୁ ବର୍ଗର ​ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଭୀମଭୋଇ ମେଡିକାଲ୍‌ କଲେଜ୍‌ ଏ ଦିଗରେ ସହାୟକ ହୋଇପାରିବ। ଏଥିସହିତ ଭୀମଭୋଇ ମେଡିକାଲ୍‌ କଲେଜ ଓ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସେ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।

ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା କହିଛନ୍ତି ଯେ, ରାଜ୍ୟରେ ଅନ୍ୟ ଏକ ମେଡିକାଲ ସ୍ଥାପନ ହେବାର ଆବଶ୍ୟକତା ରହିଛି । ରାଜ୍ୟ ସରକାର ଜମି ଯୋଗାଇ ଦେଲେ କେନ୍ଦ୍ର ସରକାର ଏଠାରେ ମେଡିକାଲ ନିର୍ମାଣ କରିବେ । କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ନଡ୍ଡା ଆହ୍ବାନ ଦେଇଛନ୍ତି । ସାଧାରଣ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ଆୟୁଷ୍ମାନ ଭାରତ ଯୋଜନାର ମୁଖ୍ୟ ଲକ୍ଷ୍ୟ ।  ଏହା ଦ୍ବାରା ଗରିବ ରୋଗୀ ଉପକୃତ ହେବେ ଏବଂ ସ୍ବାସ୍ଥ୍ୟସେବା ସୁବିଧା ପାଇବେ । ଏହି ଯୋଜନାରେ ରୋଗୀ ଦେଶର ଯେକୌଣସି ସ୍ଥାନରେ ଚିକିତ୍ସାର ସୁବିଧା ପାଇ ପାରିବେ  ବୋଲି ସେ କହିଛନ୍ତି।  ଏହି ଅବସରରେ ଲୋକସଭା ସାଂସଦ କଳିକେଶ ନାରାୟଣ ସିଂହଦେଓ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ଜିଲ୍ଲାପାଳ ଅରିନ୍ଦମ ଡାକୁଅ, ମେଡିକାଲ କଲେଜ ଡିନ୍ ଡ.ଲଳିତ କୁମାର ମେହେର ଉପସ୍ଥିତ ଥିଲେ ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories