www.samajalive.in
Monday, December 15, 2025
27.1 C
Bhubaneswar

ବାଇକ ଦୁର୍ଘଟଣା, ୨ ଗୁରୁତର

ତେଲକୋଇ: କାଞ୍ଜିପାଣି ଥାନା ଅନ୍ତର୍ଗତ କୁସୁମ ଘାଟିରେ ବାଇକ ଦୁର୍ଘଟଣାରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇ ଜଣ ହେଲେ ତେଲକୋଇ ଥାନା ଖୁଣ୍ଟାପଡା ପଂଚାୟତର ବିଶୁ ନାୟକ(୨୫) ଓ ପଣ୍ଡାପଡା ଥାନାର ଜଂଘିରା କାଳୀମାଟି ଗ୍ରାମର ରସାନନ୍ଦ ନାୟକ(୨୮)। ସୂଚନାନୁଯାୟୀ ଉଭୟ ଏକ ମୋଟର ସାଇକେଲ ଯୋଗେ ତେଲକୋଇ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମକୁ ଆସୁଥିବା ବେଳେ କୁସୁମ ଘାଟି (କାଞ୍ଜିପାଣି) ଠାରେ ଭାରସାମ୍ୟ ହରାଇ ଗାଡ଼ିରୁ ଖସି ପଡ଼ିଥିଲେ। ଖବର ପାଇ ୧୦୮ ଆମ୍ବୁଲାନ୍ସ ପହଞ୍ଚି ତାଙ୍କୁ ତେଲକୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଉଭୟ ସମ୍ପର୍କିୟ ଭାଇ ହୋଇଥିବା ଜଣାପଡିଛି।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories