www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ସଂକ୍ରମିତ ତୁଳନାରେ ବୃଦ୍ଧି ଆରୋଗ୍ୟ ସଂଖ୍ୟା ; ନୂଆ ସଂକ୍ରମିତ ୩୯,୦୭୦

ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ ଆକ୍ରାନ୍ତ ସଂଖ୍ୟା ୪୦ ହଜାର ଅତିକ୍ରମ କରିଥିବା ବେଳେ ଏବେ ଏଥିରେ ସାମାନ୍ୟ ହ୍ରାସ ଘଟିଛି। ୨୪ ଘଣ୍ଟାରେ ଆଉ ୩୯,୦୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୩୪,୪୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୯୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୭,୮୬୨ରେ ପହଞ୍ଚିଛି। ସେହିପରି ଦିନକରେ ଆଉ ୪୩,୯୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୩,୧୦,୯୯,୭୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪,୦୬,୮୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଦିନକରେ ୫୫,୯୧,୬୫୭ ଟିକା ନେଇଥିବା ବେଳେ ୫୦,୬୮,୧୦,୪୯୨ ମୋଟ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories