www.samajalive.in
Sunday, December 14, 2025
19.1 C
Bhubaneswar

ଆଜାଦୀ କା ଅମୃତ ମହୋତ୍ସବ : ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ସ୍ମୃତି ଅବଗାହନ

କଟକ : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ(ଆରଓବି) ପକ୍ଷରୁ ଓଡ଼ିଆବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ଏକ ବିଶେଷ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ଦେଶ ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେଉଥିବା ଆଜାଦୀ କା ଅମୃତ ମହୋତ୍ସବର ଅଂଶ ସ୍ୱରୂପ ମହାନ୍‍ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସ୍ମୃତି ଅବଗାହନ କରାଯାଇଛି। ଆରଓବି ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦେଶକ ରାଜିନ୍ଦର ଚୌଧୁରୀ ପ୍ରାରମ୍ଭରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ବଳିଷ୍ଠ ଯୋଗଦାନର ଅବତାରଣା କରିଥିଲେ । ଶ୍ରୀ ଚୌଧୁରୀ ଜାନକୀନାଥ ଭବନ ତଥା ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରି ନେତାଜୀଙ୍କ ବାଲ୍ୟ ଜୀବନ, ଆଜାଦ୍‍ ହିନ୍ଦ୍‍ ଫୌଜ, ଆଜାଦ୍‍ ହିନ୍ଦ୍‍ ରେଡିଓ ଆଦି ବିଷୟରେ ଅବଗତ ହୋଇଥିଲେ। ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଂପାଦକ ତଥା ‘ସମାଜ’ର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡ. ପ୍ରଭାସ ଆଚାର୍ଯ୍ୟ, ବରିଷ୍ଠ ସାମ୍ବାଦିକ ଡ. ସତ୍ୟ ରାୟ, ଆରଓବିର ନିର୍ଦେଶକ ଅଖିଳ ମିଶ୍ର, ସହକାରୀ ନିର୍ଦେଶକ ପ୍ରକାଶ ଦାସ, କଟକ ଆକାଶବାଣୀର ସମ୍ବାଦ ବିଭାଗ ମୁଖ୍ୟ ତପନ ମହାରଣା, ବାର୍ତ୍ତା ସମ୍ପାଦକ ଇତିଶ୍ରୀ ସିଂହ ରାଠୋରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। ସଂଗ୍ରହାଳୟ ପକ୍ଷରୁ ମହାନିର୍ଦେଶକ ଶ୍ରୀ ଚୌଧୁରୀଙ୍କୁ ସମ୍ବର୍ଦ୍ଧନା ଦିଆଯିବା ସହ ନେତାଜୀଙ୍କ ସ୍ମୃତି ବିଜଡ଼ିତ ସାମଗ୍ରୀ ଓ ପୁସ୍ତକ ଉପହାର ସ୍ୱରୂପ ପ୍ରଦାନ କରିଥିଲେ। ସଂଗ୍ରହାଳୟର ଭାରପ୍ରାପ୍ତ ତତ୍ତ୍ୱାବଧାରକ ଜେ. ରାୟଙ୍କ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories