www.samajalive.in
Sunday, December 14, 2025
15.1 C
Bhubaneswar

ପାର୍ବଣ ଋତୁ ପାଇଁ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଜାରି: ବିନା ଭକ୍ତରେ ହେବ ଗଣେଶ ଓ ଦୁର୍ଗା ପୂଜା

ଭୁବନେଶ୍ୱର: ପାର୍ବଣ ଋତୁ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ କୋଭିଡ କଟକଣା କଡ଼ାକଡ଼ି ଭାବେ ପାଳନ ସହ ପୂଜା ଆୟୋଜନ ପାଇଁ କମିଟିଗୁଡ଼ିକୁ ସରକାର ଅନୁମତି ଦେଇଛନ୍ତି। ପୂର୍ବବର୍ଷ ଭଳି ଏଥର ମଧ୍ୟ ବିନା ଭକ୍ତରେ କେବଳ ପରମ୍ପରା ରକ୍ଷା ପାଇଁ ପୂଜା ପାଳନ କରାଯିବ। ତେବେ ଯେଉଁ ପୂଜାକମିଟିଗୁଡ଼ିକ ସରକାର ଜାରି କରିଥିବା ମାର୍ଗଦର୍ଶିକ ଉଲଙ୍ଘନ କରିବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି ସୂଚନା ଦିଆଯାଇଛି। ସେହିପରି ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା ପାଳନ ପାଇଁ ସରକାର ଅନୁମତି ପ୍ରଦାନ କରିଛନ୍ତି। ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା କରାଯାଇପାରିବ। ସମସ୍ତ କୋଭିଡ ନିୟମ ମାନି ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା କରିବାକୁ ମାର୍ଗଦର୍ଶିକାରେ କୁହାଯାଇଛି।

courtesy : bhubaneswarbuzz.com

କୋଭିଡ କଟକଣା କଡ଼ାକଡ଼ି ଭାବେ ପାଳନ କରିବା ସହିତ ଗଣେଶ ପୂଜା, ଦୁର୍ଗାପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ସ୍ୱତନ୍ତ୍ର ରିଲିଫ୍ କମିଶନ ମାର୍ଗଦର୍ଶିକା ଜାରି କରିଛନ୍ତି। ଗତବର୍ଷ ଭଳି ଏବର୍ଷ ମଧ୍ୟ ବିନା ଭକ୍ତରେ ସମସ୍ତ ପୂଜା, ପାର୍ବଣ ହେବ। ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା, କାଳି ପୂଜା ଆଦି ସମସ୍ତ ପୂଜାରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଜାରି କରାଯାଇଥିବାବେଳେ ପୂଜାମଣ୍ଡପରେ ସେମାନଙ୍କ ସମାଗମକୁ ବାରଣ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟରୁ ନଭେମ୍ବର ମାସ ମଧ୍ୟରେ ହେବାକୁ ଥିବା ସମସ୍ତ ପାର୍ବଣ ଉପରେ ଆଂଶିକ କଟକଣା ଲଗାଯାଇଛି। ପେଣ୍ଡାଲ ଓ ମଣ୍ଡପରେ ପୂଜା ପାଇଁ ପ୍ରଶାସନର ଅନୁମତି ନେବା ଆକଶ୍ୟକ। ରାଜ୍ୟର ବିଭିନ୍ନ ଜିଲାରେ ଜିଲାପାଳ ଏବଂ ଟ୍ବିନ ସିଟିରେ କମିଶନରେଟ ପୁଲିସଠାରୁ ଅନୁମତି ନେବା ଦରକାର। କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯାଇପାରିବ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।
ପାର୍ବଣ ଋତୁରେ ପୂଜା ମଣ୍ଡପରେ କୋଭିଡ୍ ଗାଇଡଲାଇନ୍ ମାନି ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜା କରାଯାଇ ପାରିବ । ଏଥିପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଆୟୋଜକଙ୍କୁ ଅନୁମତି ନିଆଯାଇପାରିବ। ଭିଡ଼ ଏଡ଼ାଇବା ପାଇଁ ପୂଜା ମଣ୍ଡପକୁ ଚାରିପଟୁ ଆବଦ୍ଧ ରଖାଯିବ ଏବଂ ଗୋଟିଏ ପାର୍ଶ୍ବ ସାମାନ୍ୟ ଖୋଲା ରହିବ। ମଣ୍ଡପ ଓ ପେଣ୍ଡାଲରେ ସାଜସଜ୍ଜାକୁ ମନା କରାଯାଇଥିବାବେଳେ ମଣ୍ଡପକୁ ଶ୍ରଦ୍ଧାଳୁ ଆସିବା ପାଇଁ ବାରଣ କରାଯାଇଛି।

- Advertisement -

ଅପରପକ୍ଷରେ ମଣ୍ଡପରେ ସାଧାରଣ ଦର୍ଶନାର୍ଥୀଙ୍କ ଦର୍ଶନ ବ୍ୟବସ୍ଥା ରହିବ ନାହିଁ। ମଣ୍ଡପରେ ମୂର୍ତ୍ତିର ସର୍ବାଧିକ ଉଚ୍ଚତା ୪ ଫୁଟ ମଧ୍ୟରେ ରହିବ । ପୂଜା ମଣ୍ଡପରେ ଗୋଟିଏ ସମୟରେ ୭ ଜଣରୁ ଅଧିକ ରହି ପାରିବେ ନାହିଁ । ମଣ୍ଡପରେ ସାମାଜିକ ଦୂରତା ସହ ମାସ୍କ ପିନ୍ଧିବା ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯାଇଛି। କୌଣସି ବିସର୍ଜନ ଶୋଭାଯାତ୍ରା ହୋଇପାରିବ ନାହିଁ । ସ୍ଥାନୀୟ କର୍ତ୍ତୃପକ୍ଷ ତିଆରି କରିଥିବା ଅସ୍ଥାୟୀ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ। ପାର୍ବଣ ବେଳେ କୌଣସି ସଂଗୀତ କିମ୍ବା ସାଂସ୍କୃତିକ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ ନାହିଁ । କେହି ଆଇନର ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସଆରସିଙ୍କ ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories