www.samajalive.in
Wednesday, December 10, 2025
18.1 C
Bhubaneswar

କ୍ୟାବିନେଟ ବୈଠକରେ ନିଷ୍ପତ୍ତି: ୮୯ ଗୋଟି ‘ବହୁମୂଖୀ ଇନଡୋର ଷ୍ଟାଡିୟମ’ ପାଇଁ ୬୯୩.୩୫ କୋଟି ମଞ୍ଜୁରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ମୋଟ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ଯୟ ଆଶ୍ରୟସ୍ଥଳୀ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି ।
ରାଜ୍ୟ କ୍ୟାବିନେଟ ଆଜି ‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଯୋଜନାରେ ୮୯ ଗୋଟି ‘ବହୁମୂଖୀ ଇନଡୋର ଷ୍ଟାଡିୟମ’ ନିର୍ମାଣ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି ଏବଂ ଏହାର ନିର୍ମାଣ କାର୍ଯ୍ୟ ୧୮ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ। ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଠ ପଦକ୍ଷେପ ବୋଲି କୁହାଯାଇଛି।
ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ାର ବିକାଶ ନିମନ୍ତେ ନିରନ୍ତର ଧ୍ୟାନ କେନ୍ଦ୍ରୀତ କରିଆସୁଛନ୍ତି । ଗତ କିଛି ବର୍ଷ ମଧ୍ୟରେ ଆମ ରାଜ୍ୟ କ୍ରୀଡ଼ାର ବିକାଶ ଏବଂ କ୍ରୀଡ଼ା ଆୟୋଜନର ଏକ ପ୍ରମୁଖ ସ୍ଥାନର ମାନ୍ୟତା ପାଇଅଛି। ୫ଟି କାର୍ୟ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପ ପରିକଳ୍ପନା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଜନ ପ୍ରତିନିଧି ଓ କ୍ରୀଡ଼ାବିତ ମାନଙ୍କୁ ନେଇ ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡ଼ା ଭିତ୍ତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଛି।


‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଉନ୍ନତମାନର କ୍ରୀଡ଼ା ଭିତ୍ତିଭୂମି ବିକାଶ ନିମନ୍ତେ ଉଦ୍ଦିଷ୍ଠ। ଏହି ପ୍ରକଳ୍ପ ଅଧୀନରେ ୮୯ ଗୋଟି ‘ବହୁମୂଖୀ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ’ କରିବା ନିମନ୍ତେ ଯୋଜନା କରାଯାଇଅଛି, ଯେଉଁଠି ବର୍ତ୍ତମାନ ଉନ୍ନତ ଭିତ୍ତିଭୂମି ଉପଲବ୍ଧ ନାହିଁ।
ଏହି ଇନଡୋର ଷ୍ଟାଡିୟମଗୁଡ଼ିକ ବହୁମୂଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ। ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍, ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ଓ ବ୍ୟାୟାମଶାଳାର ବ୍ୟବସ୍ଥା ମଧ୍ୟ ଉକ୍ତ ଷ୍ଟାଡିୟମରେ ରହିବ । ଏହି ଆନ୍ତଃଗୃହ ଗୁଡ଼ିକ ଉକ୍ତ ଅଞ୍ଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇ ପାରିବ । ଇନଡୋର ଷ୍ଟାଡିୟମ ଗୁଡ଼ିକ ଘଣ୍ଟାପ୍ରତି ୨୦୦ କି.ମି. ପବନର ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ ଯଦ୍ୱାରା ପ୍ରାକୃତିକ ବିପର୍ୟ୍ୟୟ ମହାବାତ୍ୟା ଏବଂ ବନ୍ୟା ଆଦି ସମୟରେ ଏଗୁଡ଼ିକ ଆଶ୍ରୟ କେନ୍ଦ୍ର ରୂପେ ବ୍ୟବହୃତ ହୋଇପାରିବ। ମହାମାରୀ ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଷ୍ଟାଡିୟମ ଗୁଡ଼ିକ ୫୦ ଗୋଟି ଶଯ୍ୟା ବିଶିଷ୍ଟ ଏବଂ ପୌରାଞ୍ଚଳରେ ୧୦୦ ଗୋଟି ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇ ପାରିବ। ଏହା ବାଦ୍ ତାଲିମ୍ ପ୍ରଦାନ, ସଭା ପରିଚାଳନା, ପରୀକ୍ଷା କେନ୍ଦ୍ର ଇତ୍ୟାଦି କାର୍ୟ୍ୟ ପାଇଁ ମଧ୍ୟ ଉକ୍ତ ଷ୍ଟାଡିୟମ ଅତ୍ୟନ୍ତ ଉପଯୋଗୀ ହୋଇପାରିବ । ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଆହୁରି ଦୃଢ଼ୀଭୁତ ହେବ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories