www.samajalive.in
Sunday, December 7, 2025
23.1 C
Bhubaneswar

ଉତ୍କଳମଣିଙ୍କ କର୍ମପୀଠ ଗୋପବନ୍ଧୁ ଦରିଦ୍ର ନାରାୟଣ ସେବାସଂଘ କାଦୁଆ ଆଶ୍ରମ ପରିସରରେ ସଫେଇ କାର୍ଯ୍ୟକ୍ରମ

ସାକ୍ଷୀଗୋପାଳ:  ଉତ୍କଳମଣିଙ୍କ କର୍ମପୀଠ ଗୋପବନ୍ଧୁ ଦରିଦ୍ର ନାରାୟଣ ସେବାସଂଘ କାଦୁଆ ଆଶ୍ରମ ପରିସରରେ ସ୍କାଉଟ ଓ ଗାଇଡ଼, ପୁରୀ ତରଫରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅତିଥି, ଶିକ୍ଷକ, ପ୍ରଶିକ୍ଷକ ଓ ସ୍କାଉଟ ଓ ଗାଇଡ଼ର ଛାତ୍ରଛାତ୍ରୀ ଆଶ୍ରମ ପରିସରରେ ଥିବା ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ଏହି ଅବସରରେ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ, ବଳଙ୍ଗା ମହାବିଦ୍ୟାଳୟ, ପୁରୀର ଶ୍ରୀକ୍ଷେତ୍ର ରୋଭର ରେଞ୍ଜର, ୪୦ ଜଣ ସ୍କାଉଟ ଓ ଗାଇଡ଼  ଛାତ୍ରଛାତ୍ରୀ କାଦୁଆ ଆଶ୍ରମ ପରିସର ସଫେଇ କରିଥିଲେ।. ୟୁନିଟ ଲିଡର ରାଜେନ୍ଦ୍ର ନାରାୟଣ ହରିଚନ୍ଦନ ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ସତ୍ୟବାଦୀ ମଣ୍ଡଳ ଶିକ୍ଷାଧିକାରୀ ଯତୀନ୍ଦ୍ର ନାଥ ନାୟକଙ୍କ ଦ୍ଵାରା ଉଦ୍‌ଘାଟିତ ଏହି କାର୍ଯ୍ୟକ୍ରମରେ ଜିଲା ଶାରୀରିକ ଶିକ୍ଷା ଅଧିକାରୀ ମହେନ୍ଦ୍ର କୁମାର ବିଶ୍ୱାଳ, କାଦୁଆ ଆଶ୍ରମ ସମ୍ପାଦକ ପ୍ରମୋଦ କୁମାର ମହାନ୍ତି, ସଭ୍ୟ ଭବାନୀ ପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories