www.samajalive.in
Friday, December 12, 2025
26.1 C
Bhubaneswar

ମାର୍ଚ୍ଚରେ ପଞ୍ଚାୟତ, ଜୁଲାଇରେ ପୌର ମତଦାନ

ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ୨୦୨୨ ମାର୍ଚ୍ଚରେ ପଞ୍ଚାୟତ ନିର୍ବାଚନ ହେବା ପ୍ରାୟତଃ ନିଶ୍ଚିତ ବୋଲି ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ, ଇତିମଧ୍ୟରେ ପଞ୍ଚାୟତ ସୀମା ପୁନଃ ନିର୍ଦ୍ଧାରଣ କାମ ଶେଷ ହୋଇଛି। ଆଗାମୀ ୬ ମାସ ମଧ୍ୟରେ ପଞ୍ଚାୟତ ନିର୍ବାଚନ କରାଇବା ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପୂର୍ବରୁ ସରକାର ଚିଠି ଲେଖିଥିଲେ। ଏବେ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପୁନର୍ବାର ରିପୋର୍ଟ ପ୍ରଦାନ କରାଯିବ। ଏହାପରେ ଆୟୋଗଙ୍କ ପକ୍ଷରୁ ଯେବେ ଦିନ ଧାର୍ଯ୍ୟ ହେବ ସେହି ଅନୁସାରେ ନିର୍ବାଚନ ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।

ସେ କହିଛନ୍ତି ଯେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତ ଅଛନ୍ତି। ପଞ୍ଚାୟତ ନିର୍ବାଚନ ଶେଷ ହେବା ପରେ ଜୁନ୍ କିମ୍ବା ଜୁଲାଇରେ ପୌର ନିର୍ବାଚନ ହୋଇପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ପ୍ରକ୍ରିୟା ଚୂଡାନ୍ତ ହୋଇସାରିଛି। କେବଳ ନିର୍ବାଚନ ଆୟୋଗ ତାଙ୍କର ଦିନ ଧାର୍ଯ୍ୟ କଲେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା ସ୍ପଷ୍ଟ କରିଛନ୍ତି। ନିୟମ ଅନୁଯାୟୀ ନିର୍ବାଚନର ୪୫ଦିନ ପୂର୍ବରୁ ଆଚରଣ ବିଧି ଲାଗୁ ହେବ। ପଞ୍ଚାୟତ ନିର୍ବାଚନ ଯଦି ମାର୍ଚ୍ଚ ସୁଦ୍ଧା ହୁଏ, ତେବେ ୨୦୨୨ ଜାନୁଆରୀରେ ନିର୍ବାଚନ ଆଚରଣ ବିଧି ଲାଗୁ ହେବ ବୋଲି ମନ୍ତ୍ରୀଙ୍କ ତଥ୍ୟରୁ ଜଣାଯାଇଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories