www.samajalive.in
Tuesday, December 9, 2025
17.1 C
Bhubaneswar

ଶ୍ରୀମନ୍ଦିର ପରିଚାଳନା କମିଟି ପୁନର୍ଗଠିତ, ରାଜ୍ୟ ସରକାର ମନୋନୀତ କଲେ ୧୦ ସଦସ୍ୟ

ଭୁବନେଶ୍ବର: ଆଜି ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ପୁନର୍ଗଠିତ ହୋଇଛି। ଶ୍ରୀମନ୍ଦିର ପୁନର୍ଗଠିତ ପରିଚାଳନା କମିଟିକୁ ରାଜ୍ୟ ସରକାର ୧୦ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ଏହାର ସଦସ୍ୟ ଭାବେ ମନୋନୀତ କରାଯାଇଛି। ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ବ କରିବେ। ସେହିପରି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଚାଟାର୍ଡ ଆକାଉଣ୍ଟାଣ୍ଟ ଶରତଚନ୍ଦ୍ର ଭଦ୍ରାଙ୍କୁ ମଧ୍ୟ ସଦସ୍ୟ ଭାବେ ମନୋନୀତ କରାଯାଇଛି।

 

- Advertisement -

ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା, ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରି ନିଯୋଗ ସେବାୟତ ମାଧବଚନ୍ଦ୍ର ମହାପାତ୍ର, ସୁଆର ମହାସୁଆର ନିଯୋଗ ସେବାୟତ ଅନନ୍ତ ତିଆଡ଼ି, ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରାଯାଇଛି। ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସଙ୍କୁ ରାଜ୍ୟ ସରକାର ସଦସ୍ୟ ଭାବେ ମନୋନୀତ କରାଯାଇଛି। ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧିତ୍ବ କରିବେ ବୋଲି ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories