www.samajalive.in
Monday, December 8, 2025
20.1 C
Bhubaneswar

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶା ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକେଜରେ କଂକ୍ରିଟ୍‌ ହୋଇନଥିବା ୧୫,୦୦୦ ତନ୍ତ ବସିବା ସ୍ଥଳକୁ ପର୍ଯ୍ୟାୟକ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ତନ୍ତ ବସିବା ସ୍ଥଳ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ, ରାଜ୍ୟର ୩୧,୩୪୨ଟି ତନ୍ତ ବସିବା ସ୍ଥଳ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ତନ୍ତ ବସିବା ସ୍ଥଳକୁ କଂକ୍ରିଟ କରାଯାଇଛି।

- Advertisement -

ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ବାସ ଓ କାର୍ଯ୍ୟସ୍ଥଳ ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ ଯେ ଏ ପର୍ଯ୍ୟନ୍ତ ୧୧୬୯୫ଟି ବାସ ଓ କାର୍ଯ୍ୟସ୍ଥଳ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତିରାଜ ବିଭାଗର ନିର୍ଦେଶାବଳୀ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାରମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା– ସିଏଫସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories