www.samajalive.in
Sunday, December 7, 2025
16.1 C
Bhubaneswar

ପୋଷଣ ପାଇଁ ସ୍ପିରୁଲିନାର ବ୍ୟବହାର ପ୍ରଶାସନର ଏକ ଅଭିନବ ପଦକ୍ଷେପ : ଅରୁଣ ସାହୁ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲାର କୁନି କୁନି ପିଲାମାନଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ଏବେ ପ୍ରସ୍ତୁତ କରାଯିବ ସ୍ପିରୁଲିନାଯୁକ୍ତ ଚିକି । ସ୍ଥାନୀୟ ରଙ୍ଗାଢ଼ିପାଠାରେ ଏଥିପାଇଁ ଏକ ଚିକି ପ୍ରସ୍ତୁତି କେନ୍ଦ୍ରକୁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷାମନ୍ତ୍ରୀ ଡଃ.ଅରୁଣ କୁମାର ସାହୁ ଉଦ୍‍ଘାଟନ କରିଛନ୍ତି । ସୂଚନା ଯୋଗ୍ୟ, ୨୦୨୦ ଅଗଷ୍ଟ ୧୫ ତାରିଖ ଦିନ ସୁନ୍ଦରଗଡ଼ ଜିଲା ପ୍ରଶାସନର ନିଜସ୍ୱ ଉଦ୍ୟମରେ ଜିଲାରୁ ଉତ୍ପାଦିତ ମାଣ୍ଡିଆରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ମାଣ୍ଡିଆ ଲଡ଼ୁ ଲାଗି ମିକ୍ସ ପ୍ରସ୍ତୁତ କରାଯାଉଥିବା ବେଳେ ଏବେ ପୁଣି ରାଜ୍ୟ ବାହାରୁ ସୁନ୍ଦରଗଡ଼ ଜିଲାକୁ ସ୍ପିରୁଲିନା ମିଶ୍ରିତ ଚିକି ଓ ଚିନି ଅଣାଯାଉଛି । ପ୍ରଥମ ପର୍ଯ୍ୟାୟରେ ଉଦ୍‍ଘାଟିତ ଚିକି କେନ୍ଦ୍ରରେ ଏହା ପ୍ରସ୍ତୁତ କରାଯାଇ ସୁନ୍ଦରଗଡ଼ ଉପଖଣ୍ଡର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି । ଚିକି ପ୍ରସ୍ତୁତି ୟୁନିଟ୍ ଉଦ୍‍ଘାଟନ କରିବା ପରେ ମନ୍ତ୍ରୀ ଡଃ.ସାହୁ ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ । ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ ଜିଲାରେ ଚାଲିଥିବା ଏହି ସ୍ୱତନ୍ତ୍ର ପୋଷଣ କାର୍ଯ୍ୟକ୍ରମର ଅଗ୍ରଗତି ସହ ଶିଶୁଙ୍କ ପୁଷ୍ଟି ସାଧନରେ ସ୍ପିରୁଲିନା କିଭଳି ଉପକାରୀ ହୋଇପାରିଛି ସେ ସମ୍ପର୍କରେ ମନ୍ତ୍ରୀଙ୍କୁ ବୁଝାଇଥିଲେ । ବିଶେଷ ପୋଷଣ ଗୁଣ ପାଇଁ ସାରା ବିଶ୍ବରେ ଆଜି ସ୍ପିରୁଲିନାର ବ୍ୟବହାର ବଢ଼ିବାରେ ଲାଗିଛି । ସୁନ୍ଦରଗଡ଼ ଜିଲାରେ ପିଲାଙ୍କ ପୋଷଣ ପାଇଁ ଏହାକୁ ପ୍ରୟୋଗ କରି ଏକ ଅଭିନବ ପଦକ୍ଷେପ ନିଆଯାଇଛି । ତା’ ସାଙ୍ଗକୁ ଏହି କାର୍ଯ୍ୟକ୍ରମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଯୋଡ଼ା ଯିବା ଫଳରେ ମହିଳା ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କର ଯେଉଁ ପରିକଳ୍ପନା ତାହା ବାସ୍ତବ ରୂପ ନେଇପାରିଛି ବୋଲି ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ କହିଛନ୍ତି । ବେଙ୍ଗାଳୁରୁସ୍ଥିତ ସ୍ପିରୁଲିନା ଫାଉଣ୍ଡେସନର ସଭାପତି ମହେଶ ଆର୍. ଭି ସୁନ୍ଦରଗଡ଼ ଆସି ଏହି ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ସ୍ପିରୁଲିନା ଚିକି ପ୍ରସ୍ତୁତି ସମ୍ପର୍କରେ ତାଲିମ ଦେଉଛନ୍ତି ଓ ଆଗାମୀ ଦିନରେ ପାନପୋଷ ଉପଖଣ୍ଡରେ ଆଉ ଏକ ଚିକି ପ୍ରସ୍ତୁତି କେନ୍ଦ୍ର ଖୋଲାଯିବା ଲକ୍ଷ୍ୟ ରଖାଯାଇଛି । ଉଦଘାଟନ କାର୍ଯ୍ୟକ୍ରମରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର, ଜିଲା ମୁଖ୍ୟ କୃଷି ଅଧିକାରୀ ରାମଚନ୍ଦ୍ର ନାୟକ, ଡିଏମଏଫ ପୋଷଣ ବିଶେଷଜ୍ଞ କୁସୁମ ସିଏମ୍, ଜୀବିକା ବିଶେଷଜ୍ଞ ଅଞ୍ଜନ ପଣ୍ଡା, ଜିଲା ସୂଚନା ଓ ଲୋକ ସଂପର୍କ ତଥା ସଂସ୍କୃତି ଅଧିକାରୀ ଅନିଲ କେର୍କେଟା ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories