www.samajalive.in
Monday, December 8, 2025
13.1 C
Bhubaneswar

୧୯ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖାପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଏବେ ଛତିଶଗଡ଼ ଏବଂ ଏହାର ଆଖପାଖକୁ ବ୍ୟାପିଛି। ଯାହାର ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତାକାଲିଠାରୁ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳ ନିଷ୍କାସନରେ ସମସ୍ୟା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଥିବା ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସଅାରସି)ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି। ଚିଠିରେ ଏସ୍‌ଆରସି ଉଲ୍ଲେଖ କରିଛନ୍ତି ଯେ, ବର୍ଷା ଯୋଗୁଁ ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଞ୍ଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦେଶ ଦେଇଛନ୍ତି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
୧୫ରୁ ୧୬ ତାରିଖ ମଧ୍ୟରେ ରାଜ୍ୟର ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର,ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏଥିସହିତ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ,ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories