www.samajalive.in
Friday, December 5, 2025
27.1 C
Bhubaneswar

ସାପ୍ତାହିକ ରାଶିଫଳ

ମେଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଯାନବାହନ ଜନିତ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ କର୍ମ ଅନୁରୂପ ଫଳ ପ୍ରାପ୍ତ କରିବେ। ଶୁକ୍ରବାର ଓ ଶନିବାର ଆର୍ଥିକ ପ୍ରଗତି ସଂଘଠିତ ହେବ। ସୁସମ୍ବାଦ ପ୍ରାପ୍ତ କରିବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନିମାନ ଚାଳିଶା ପାଠ କରନ୍ତୁ।

ବୃଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଦୂରଯାତ୍ରା ଉଚିତ୍‌ ନୁହେଁ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଧାର୍ମିକ ଚିନ୍ତାଧାରା ଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

ମିଥୁନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ମଧ୍ୟମ ଫଳ ପ୍ରାପ୍ତ ହେବ। ସ୍ତ୍ରୀଙ୍କ ସହଯୋଗ ଲାଭ କରିବେ। ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ସୃଷ୍ଟି ହେବ। ବୁଧବାର ଓ ଗୁରୁବାର ଅର୍ଥପ୍ରାପ୍ତ ହେବ। ସନ୍ତାନ ସୁଖ ଲାଭ କରିପାରନ୍ତି। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶ ସହସ୍ରନାମ ପାଠ କରନ୍ତୁ।

କର୍କଟ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ମଧ୍ୟମ ଫଳ ପ୍ରାପ୍ତ ହେବ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ବୁଧବାର ଓ ଗୁରୁବାର ସ୍ତ୍ରୀଙ୍କର ସହଯୋଗ ଲାଭ କରିବେ। ଶୁକ୍ରବାର ଓ ଶନିବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। କଳା କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ଆରାଧନା କରନ୍ତୁ।

ସିଂହ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟାର ପଡ଼ିପାରନ୍ତି। ଋଣଯୁକ୍ତ ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର କର୍ମକୁଶଳୀ ହେବେ। ଆର୍ଥିକ ପ୍ରଗତି ଅନୁଷ୍ଠିତ ହେବ। ଶୁକ୍ରବାର ଓ ଶନିବାର ଶତ୍ରୁ ପରାସ୍ତ ହେବ। ମାଲିମକଦ୍ଦମାରେ ବିଜୟ ଲାଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।

କନ୍ୟା : ରବିବାର ଅସୁବିଧାର ସମ୍ମୁଖୀନ ହେବେ। ସୋମବାର ଓ ମଙ୍ଗଳବାର ଭାଇଙ୍କର ସହଯୋଗ ଲାଭ କରିବେ। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ଚକ୍ଷୁରେ ଯନ୍ତ୍ରଣା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବେ। ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟା ସମାଧାନରେ ବ୍ରତୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶାଷ୍ଟକ ପାଠ କରନ୍ତୁ।

ତୁଳା : ରବିବାର ଶ୍ରୀଯୁକ୍ତ ହେବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସୋମବାର ଓ ମଙ୍ଗଳବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଆର୍ଥିକ ସମସ୍ୟା ଲାଗି ରହିପାରେ। ବୁଧବାର ଓ ଗୁରୁବାର ସମ୍ବର୍ଦ୍ଧିତ ହେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ଆରାଧନା କରନ୍ତୁ।

ବିଛା :​‌  ରବିବାର ଜଗିରଖି ଚଳିବେ। ଆଘାତ ପ୍ରାପ୍ତ ହୋଇପାରନ୍ତି। ସୋମବାର ଓ ମଙ୍ଗଳବାର ସଫଳତା ମିଳିବ। ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ କରିବେ। ବୁଧବାର ଓ ଗୁରୁବାର ଅଯଥା ସମସ୍ୟାରେ ଛନ୍ଦି ହୋଇ ପଡ଼ିବେ। ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ : ରବିବାର ଆର୍ଥିକ ସ୍ଥିତି ଊଳ ରହିବ। ନୂତନ କାମ ଆରମ୍ଭ କରିପାରନ୍ତି। ସୋମବାର ଓ ମଙ୍ଗଳବାର ସାବଧାନତା ଅବଲମ୍ବନୀୟ। ସମସ୍ୟା ଦେଖାଦେଇପାରେ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।

ମକର : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ବିଶ୍ବାସ ଘାତକତାର ସମ୍ମୁଖୀନ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ନୂତନ ନିଯୁକ୍ତି ମିଳିପାରେ। ଜମିବାଡ଼ି କିଣାକିଣି କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁରୂପ ଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ ପୂଜା କରନ୍ତୁ।

କୁମ୍ଭ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତ ହେବ। ବୁଧବାର ଗୁରୁବାର ମାଲିମକଦ୍ଦମାରେ ବିଜୟ ଲାଭ ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ ହେବ। ଆୟ ବୃଦ୍ଧି ଘଟିବ। ଶୁକ୍ରବାର ଓ ଶନିବାର ପ୍ରତିଟି ପଦକ୍ଷେପରେ ସାବଧାନତା ଲୋଡ଼ା। ବାକ୍‌ ସଂଯମତା ରକ୍ଷା କରନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବସହସ୍ର ନାମ ପାଠ କରନ୍ତୁ।

ମୀନ : ରବିବାର ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଯାନବାହନ ଜନିତ ସମସ୍ୟା ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ଗୁରୁଜନଙ୍କ ଆଶୀର୍ବାଦ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ। n

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories